Matric Result 2024: ପ୍ରତିକ୍ଷା ଘଟିଲା ଅନ୍ତ। ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇଛି। । ଚଳିତ ବର୍ଷ ପାସ୍ ହାର ୯୬.୦୭ ପ୍ରତିଶତ ରହିଛି । ଚଳିତ ବର୍ଷ ପୁଅଙ୍କୁ ପଛରେ ପକାଇଛନ୍ତି ଝିଅ। ଅର୍ଥାତ୍ ପୁଅଙ୍କ ଅପେକ୍ଷା ଚଳିତ ବର୍ଷ ଝିଅଙ୍କ ପାସ୍ ହାର ଅଧିକ ରହିଛି ବୋଲି ବୋର୍ଡ ପକ୍ଷରୁ ସୂଚନା ମିଳିଛି।
ALSO READ: Petrol Diesel Price Today: ଭୁବନେଶ୍ବରରେ ଆଜି ପୁଣି ଥରେ ବଢିଲା ପେଟ୍ରୋଲ-ଡିଜେଲ ରେଟ୍, ଚେକ୍ କରନ୍ତୁ ନୂଆ ଦର
ବୋର୍ଡ ପକ୍ଷରୁ ମିଳିଥିବା ସୂଚନା ଅନୁସାର, ଚଳିତ ବର୍ଷ ପ୍ରକାଶ ପାଇଥିବା ରେଜଲ୍ଟରେ ଝିଅଙ୍କ ପାସ୍ ହାର ୯୬.୭୩% ଓ ପୁଅଙ୍କ ପାସ୍ ହାର ୯୬.୩୯% ରହିଛି। ଚଳିତ ବର୍ଷ, ମୋଟ ୫ ଲକ୍ଷ ୪୧ ହଜାର ୬୧ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ସେଥି ମଧ୍ୟରୁ ପାସ୍ କରିଛନ୍ତି ୫ ଲକ୍ଷ ୩୦ ହଜାର ୧୫୩ ଜଣ ଛାତ୍ରଛାତ୍ରୀ କରିଛନ୍ତି । ତେବେ ରେଜଲ୍ଟ ବାହାରିବାର ଘଣ୍ଟାଏ ପରେ ଅର୍ଥାତ ସାଢେ ୧୧ ଟାରୁ ବୋର୍ଡ ୱେବସାଇଟ୍ www.bseodisha.ac.in ରେ ଉପଲବ୍ଧ ହେବ । ଏସଏମଏସ ଜରିଆରେ ମଧ୍ୟ ପରୀକ୍ଷାର୍ଥୀ ରେଜଲ୍ଟ ଜାଣି ପାରିବେ । ସେଥିଲାଗି OR10 ସ୍ପେସ୍ ନିଜ ରୋଲ ନମ୍ବର ଲେଖି 5676750କୁ ସେଣ୍ଡ କରିବାକୁ ପଡିବ ।
ଅପରାହ୍ଣ ୪ଟାରୁ କୃତି ଛାତ୍ରଛାତ୍ରୀ ସେମାନଙ୍କ ଡିଜିଟାଲ ସାର୍ଟିଫିକେଟ୍ ଡାଉନଲୋଡ କରିପାରିବେ। ହ୍ବାର୍ଟସଆପ୍ ମାଧ୍ୟମରେ ଡିଜିଟାଲ ସାର୍ଟିଫିକେଟ ପାଇବାକୁ 7710058192କୁ BSE/ Hi ଲେଖି ପଠାଇବାକୁ ପଡିବ। ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ଚଳିତ ବର୍ଷ, ଫେବୃୟାରୀ ୨୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୪ରେ ଶେଷ ହୋଇଥିଲା। ଏଥର ପରୀକ୍ଷା ଦେଇଥିଲେ ୫ ଲକ୍ଷ ୫୧ ହଜାର ୬୧୧ ପରୀକ୍ଷାର୍ଥୀ । ପରୀକ୍ଷା ଫଳକୁ ନେଇ ଯଦି କୌଣସି ଦ୍ବନ୍ଦ୍ବ ରୁହେ ତେବେ ମେ’ ୨୯ରୁ ଜୁନ୍ ୧୨ ତାରିଖ ମଧ୍ୟରେ ରେ ଚେକିଂ ପାଇଁ ଅବେଦନ କରାଯାଇପାରିବ। କେବଳ ଅନ୍ଲାଇନ୍ ଜରିଆରେ ହିଁ ରିଚେକିଂ ପାଇଁ ଆବେଦନ କରାଯାଇପାରିବ ବୋଲି ବୋର୍ଡ଼ ପକ୍ଷରୁ ସୂଚନା ମିଳିଛି।