Hindi News >>Home >>Odisha Latest News

Multilingual Teachers: ଜନଜାତି ବହୁଳ ଜିଲ୍ଲାମାନଙ୍କରେ ନିୟୋଜିତ ବହୁଭାଷୀ ଶିକ୍ଷକଙ୍କ ପାରିତୋଷିକ ଦଶ ହଜାର ଟଙ୍କାକୁ ବୃଦ୍ଧି

Multilingual Teachers Salary Hike: ବର୍ତ୍ତମାନ ସେମାନଙ୍କ ଦାବୀକୁ ସହୃଦୟତାର ସହ ବିଚାର କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ବହୁଭାଷୀ ଶିକ୍ଷା ସ୍ବେଚ୍ଛାସେବୀ (MLE (EV)) ମାନଙ୍କ ପାରିତୋଷିକ ୫୩୭୯  ଟଙ୍କାରୁ ଦଶ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।

Advertisement
Multilingual Teachers Salary Hike
Multilingual Teachers Salary Hike
Zee Odisha Desk|Updated: Mar 02, 2024, 02:52 PM IST
Share
ଭୁବନେଶ୍ୱର: ରାଜ୍ୟର ଜନଜାତି ବହୁଳ ଜିଲ୍ଲା ମାନଙ୍କରେ ଜନଜାତି ବର୍ଗର ପିଲାମାନଙ୍କୁ ଶିକ୍ଷା ପ୍ରତି ଆକୃଷ୍ଟ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବହୁଭାଷୀ ଶିକ୍ଷା ସ୍ବେଚ୍ଛାସେବୀ (MLE(EV)) ନିୟୋଜିତ କରାଯାଇଅଛି। ସୂଚନାଯୋଗ୍ୟ ଯେ 5-T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ସେମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।
 
ବର୍ତ୍ତମାନ ସେମାନଙ୍କ ଦାବୀକୁ ସହୃଦୟତାର ସହ ବିଚାର କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ବହୁଭାଷୀ ଶିକ୍ଷା ସ୍ବେଚ୍ଛାସେବୀ (MLE (EV)) ମାନଙ୍କ ପାରିତୋଷିକ ୫୩୭୯  ଟଙ୍କାରୁ ଦଶ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏତଦବ୍ୟତୀତ ଯୋଗ୍ୟତା ଭିତ୍ତିରେ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ସଂଖ୍ୟାଲଘୁ ସଂପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ ବିଭାଗରେ ବହୁଭାଷୀ ଶିକ୍ଷକ ମାନଙ୍କୁ ନିୟମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
 
(ବିଦ୍ର: ଏହି ଆର୍ଟିକିଲରେ ପ୍ରଦାନ ସମସ୍ତ ତଥ୍ୟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ୱାରା ପ୍ରଦାନ କରାଯାଇଛି। ଏଥିରେ ଜୀ ଓଡି଼ଶା ନ୍ୟୁଜର ନିଜସ୍ୱ ତଥ୍ୟ ନୁହେଁ।)
Read More
{}{}