ମେଷ: ଏହି ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ବହୁତ୍ ଖାସ୍ ରହିବ। କର୍ମକ୍ଷେତ୍ରରେ ଆପଣଙ୍କ କାର୍ଯ୍ୟକୁ ବରିଷ୍ଠ ଅଧିକାରୀମାନେ ପ୍ରଶଂସା କରିବେ। କିନ୍ତୁ ସହଯୋଗୀଙ୍କ ସହ କୌଣସି ଛୋଟମୋଟ କଥାକୁ ନେଇ ବିବାଦ ଦେଖାଦେଇପାରେ। ଭଲ ସମ୍ପର୍କ ରହିଥିବା ବନ୍ଧୁଟି ପରିସ୍ଥିତି ଚାପରେ ପଡି ଦୂରେଇଯିବା କାରଣରୁ ମନରେ ଅସ୍ଥିରତା ସୃଷ୍ଟି ହୋଇପାରେ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଜମିଜମାରେ ରହିଥିବା ସମସ୍ୟା ଦୂରୀଭୂତ ହୋଇଯିବ ।
ALSO READ: Today Horoscope: ଆଜି ଏହି ଚାରି ରାଶିରେ ରହିଛି ଘାତବାର, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ବୁଧବାର?
ବୃଷ: ଆଜି ସ୍ୱାସ୍ଥ୍ୟ ଓ କର୍ମହାନି ସାଙ୍ଗକୁ ବିବାଦୀୟ ସ୍ଥିତି ମଧ୍ୟରେ ଅଣ ନିଃଶ୍ୱାସୀ ହୋଇପାରନ୍ତି । ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିବେ । ଶିଳ୍ପ ଓ ପରିବହନରେ ସମସ୍ୟା ଲାଗିରହିବ । ମୂଳା ନକ୍ଷତ୍ର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଚିନ୍ତା କରିବେ ।
ମିଥୁନ: ମନ ପ୍ରସନ୍ନ ରହିବ । ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ତୁଳାଇବେ । ବ୍ୟବସାୟରେ ଅଗ୍ରଗତି ହେବ । କୌଣସି ବଡ଼ ଡିଲ୍ ବ୍ୟବସାୟରେ ଫାଇନାଲ୍ ହୋଇପାରେ। ପାରିବାରିକ ଜୀବନ ଆନନ୍ଦମୟ ହେବ । ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ ।
କର୍କଟ: କର୍ମକ୍ଷେତ୍ର ସଫଳତା ପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ପାଇବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟୀମାନେ ଭଲ ଲାଭ କରିବେ । ଆରୋଗ୍ୟ ରହିବେ । ମନ ଭଲ ରହିବ ।
ସିଂହ: ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ବହୁତ ଶୁଭଙ୍କରୀ ହେବ । ହଠାତ୍ ହଜି ଯାଇଥିବା ବ୍ୟକ୍ତି, ଚୋରି ଯାଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି । ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ ।
କନ୍ୟା: ଆଜି ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ ଉଠିପାରେ । ସାମାଜିକ ସ୍ତରରେ ନିଜ ଲୋକଙ୍କୁ ମନେଇ କାର୍ଯ୍ୟସାଧନ କରିବେ । ଆଜି ବଜାର ସଉଦା କିଣିବାରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି । କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହୋଇପାରନ୍ତି।
ତୁଳା: ଆଜି ପରିବାରରେ ସୁଖ-ଶାନ୍ତିରେ ସମୟ କାଟିବେ । ସ୍ୱାସ୍ଥ୍ୟବାନ ରହିବା ସହ ଅର୍ଥପ୍ରାପ୍ତି ହେବ । ଅଯଥା କଥାରେ ରାଗନ୍ତୁ ନାହିଁ; ନଚେତ ଅସୁବିଧା ହୋଇପାରେ । କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିପାରେ । ବ୍ୟାପାରରେ ପାର୍ଟନରଙ୍କ ସହଯୋଗ ଦ୍ୱାରା ନୂତନ ଯୋଜନାକୁ କାର୍ଯ୍ୟକାରୀ କରି ଲାଭ ମିଳିବ । କୌଣସି ସ୍ଥାନରୁ ନୂଆ ଚାକିରି ଅଫର ପାଇ ପାରନ୍ତି।
ବିଛା: ଦିନଟିରେ ଆପଣ କର୍ମ ତତ୍ପର ହେବେ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । କର୍ମ କ୍ଷେତ୍ର ଉତ୍ସାହ ପୂର୍ଣ୍ଣ ରହିବ । ପଡୋଶୀଙ୍କ ସହ ସୁସମ୍ପର୍କ ବଜାୟ ରହିବ । ପାରିବାରିକ ହସଖୁସି ଲାଗି ରହିବ । ଦୂରଯାତ୍ରା ସଫଳ ହେବ ।
ଧନୁ: କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଅସହଯୋଗ ଅଶାନ୍ତିର କାରଣ ହେବ । ଯାହାକୁ ନେଇ ଆପଣ ଚାପରେ ରହିବେ। ବ୍ୟବସାୟରେ ହେବାକୁ ଥିବା ଡିଲ୍ ବିଳମ୍ବ ହୋଇପାରେ। ଯେଉଁମାନେ ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି । ସୋମାନଙ୍କ ଯୋଜନା ଆଜି ଫଳପ୍ରଦ ହେବ ନାହିଁ। ସନ୍ତାନଙ୍କ ପଢାପଢି ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । କୋର୍ଟ କଚେରୀ ସମ୍ପର୍କିତ ରାୟ ଆପଣଙ୍କ ବିପକ୍ଷରେ ଯିବ ।
ମକର: ହସ ଖୁସିର ଦିନ ଅତିବାହିତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ପ୍ରତିଯୋଗିତା ମନୋଭାବ ନେଇ କାର୍ଯ୍ୟ କରିବେ । ବ୍ୟବସାୟରେ ଅଭିବୃଦ୍ଧି ହେବ । ସନ୍ତାନଙ୍କ କାର୍ଯ୍ୟ କଳାପ ଆପଣଙ୍କୁ ଖୁସି ପ୍ରଦାନ କରିବ ।
କୁମ୍ଭ: ନିଜ ଅଧିକାର ସାବ୍ୟସ୍ତ କରିବେ । ଆଶା କରୁଥିବା ଦିଗରୁ ଅର୍ଥପ୍ରାପ୍ତି ହେବ । ଦୂର ସହରକୁ ଯାତ୍ରା କରିପାରନ୍ତି । ବିବାଦୀୟ ଘଟଣାର ଅବସାନ ଘଟିବ । ପ୍ରତ୍ୟେକଟି କାର୍ଯ୍ୟକୁ ସଫଳ ରୂପାୟନ ଦେବେ ।
ମୀନ: କର୍ମକ୍ଷେତ୍ରରେ ଆଜି ଉତ୍ସାହର ମାହୋଲର ରହିବ। ସହକର୍ମୀମାନେ ପ୍ରତ୍ୟକ କାର୍ଯ୍ୟରେ ଆପଣଙ୍କୁ ସହଯୋଗ ରହିବେ। ପଦୋନ୍ନତି ନେଇ ଯୋଗ ରହିଛି । ଦରମା ବୃଦ୍ଧି ମଧ୍ୟ ହୋଇପାରେ। ଯାହାକୁ ନେଇ ମନ ପ୍ରଫୁଲ୍ଲ୍ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ । ଗୃହକୁ ବନ୍ଧୁ ଆଗମନ ହୋଇପାରେ ।
(Disclamer: ଉପରେ ଦିଆଯାଇଥିବା ସୂଚନା ZEE ODISHA NEWSର ନିଜସ୍ୱ ମତ ନୁହେଁ। ଜ୍ୟୋତିଷ ଶାସ୍ତ୍ର, ପଞ୍ଚାଙ୍ଗ, ପୁରାଣ ତଥ୍ୟରୁ ମିଳିଥିବା ସୂଚନା ଅନୁଯାୟୀ ଏହି ତଥ୍ୟ ପ୍ରଦାନ କରାଯାଇଛି। ଏଥିପାଇଁ ZEE ODISHA NEWS ଦାୟୀ ରହିବ ନାହିଁ।)