ନୂଆଦିଲ୍ଲୀ: ଭାରତ-ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ପାଇଁ ସହମତି ପ୍ରକାଶ ପାଇଛି । ଏନେଇ ସୂଚନା ଦେଇଛନ୍ତି ବୈଦେଶିକ ସଚିବ ବିକ୍ରମ ମିଶ୍ରି । ଭାରତୀୟ ସମୟ ଆଜି ସଂଧ୍ୟା ୫ଟାରୁ ଅସ୍ତ୍ରବିରତି କରାଯାଇଥିବା କୁହାଯାଇଛି । ଉଭୟ 'ଜଳ, ସ୍ଥଳ ଓ ଆକାଶ ପଥରେ ଆକ୍ରମଣ ନ କରିବାକୁ ସହମତି । ଭାରତ ଏବଂ ପାକିସ୍ତାନ ଉଭୟ ଦେଶ ସହମତି ଜଣାଇଥିବା କହିଲେ ବିକ୍ରମ ମିଶ୍ରି । ଦୁଇ ଦେଶର DGMO ସ୍ତରୀୟ କଥାବାର୍ତ୍ତା ପରେ ସହମତି ବୋଲି କୁହାଯାଇଛି । କିନ୍ତୁ ଆଜି ରାତି ୮ଟା ୫୩ ମିନିଟ୍ ସମୟରେ ଜାମ୍ମୁ କାଶ୍ମୀର ମୁଖ୍ୟମନ୍ତ୍ରୀ ଓମର ଅବଦୁଲ୍ଲା ସୋସିଆଲ ମିଡିଆରେ ଏକ ପୋଷ୍ଟ ସେୟାର କରିଛନ୍ତି ଯେଉଁଥିରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, ଅସ୍ତ୍ରବିରତିର କଣ ହେଲା ? ଶ୍ରୀନଗରରେ ବିସ୍ଫୋରଣର ଶବ୍ଦ ଶୁଣାଗଲା । ତେବେ ଏହାର ପ୍ରକୃତ ସତ୍ୟ କଣ ତାହା ସାମ୍ନାକୁ ଆସିନାହିଁ ।
What the hell just happened to the ceasefire? Explosions heard across Srinagar!!!
— Omar Abdullah (@OmarAbdullah) May 10, 2025
This is no ceasefire. The air defence units in the middle of Srinagar just opened up. pic.twitter.com/HjRh2V3iNW
— Omar Abdullah (@OmarAbdullah) May 10, 2025
ଆପଣଙ୍କୁ କହିରଖୁଛୁ ଯେ, US ବୈଦେଶିକ ସଚିବ ମାର୍କୋ ରୁବିଓ ମଧ୍ୟ ଭାରତ-ପାକିସ୍ତାନ ଅସ୍ତ୍ରବିରତି ସହମତି ନେଇ ସୂଚନା ଦେଇଛନ୍ତି । ସେ ନିଜେ ଓ ଉପରାଷ୍ଟ୍ରପତି ଭାନ୍ସ ମଧ୍ୟସ୍ଥତା କରିଥିବା ସ୍ପଷ୍ଟ କରିଛନ୍ତି । ବିଗତ ୪୮ ଘଣ୍ଟାର ଆଲୋଚନା ପରେ ସଫଳତା ମିଳିଥିବା କୁହାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ପାକିସ୍ତାନ ପ୍ରଧାନମନ୍ତ୍ରୀ ସରିଫଙ୍କ ସହ ଆଲୋଚନା ହୋଇଛି । ବୈଦେଶିକ ମନ୍ତ୍ରୀ ଜୟଶଙ୍କର, ପାକ୍ ସେନା ମୁଖ୍ୟ ମୁନିରଙ୍କ ସହ ଆଲୋଚନା କରାଯାଇଛି ।
Also Read- Weekly Tarot Reading: କେମିତି ବିତିବ ୧୨ ରୁ ୧୮ ମଇ ? ପଢନ୍ତୁ ନୂଆ ସପ୍ତାହର ରାଶିଫଳ