Hindi News >>Home >>Odisha National-International

ନୂଆଦିଲ୍ଲୀରେ ଆମ୍ବସାଡର୍ ମିଟ୍, ଏକ ଶିଳ୍ପ ହବରେ ପରିଣତ ହେବ ଓଡ଼ିଶା- ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୁଁ ଆଶା କରୁଛି ୨୦୨୫ କନକ୍ଲେଭ ଏକ ସର୍ବବୃହତ୍ତ ଶିଳ୍ପ ସମାବେଶ ଅନୁଷ୍ଠିତ ହେବାକୁ ଯାଉଛି । ଆଗାମୀ ଦିନରେ ସେମିକଣ୍ଡକ୍ଟର, ଆଇଟି, ଗ୍ରୀନ ଏନର୍ଜି, ପେଟ୍ରୋ କେମିକାଲସ, ଇଲେକ୍ଟ୍ରୋନିକସ, ଫୁଡ ପ୍ରୋସେସିଙ୍ଗ କ୍ଷେତ୍ରରେ ଅଧିକ ପୁଞ୍ଜିନିବେଶ ହେବାର ସମ୍ଭାବନା ରହିଛି।

Advertisement
ନୂଆଦିଲ୍ଲୀରେ ଆମ୍ବସାଡର୍ ମିଟ୍, ଏକ ଶିଳ୍ପ ହବରେ ପରିଣତ ହେବ ଓଡ଼ିଶା- ମୁଖ୍ୟମନ୍ତ୍ରୀ
Soubhagya Ranjan Mishra|Updated: Oct 03, 2024, 04:32 PM IST
Share

ନୂଆଦିଲ୍ଲୀ: ଉତ୍କର୍ଷ ଓଡ଼ିଶା କନକ୍ଲେଭ୍ ପାଇଁ ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ଦିଲ୍ଲୀରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦିଲ୍ଲୀରେ ନିବେଶକଙ୍କ ସହ ଆଲୋଚନା ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା ଦେଇ କହିଛନ୍ତି ଯେ, 'ପୁ୍ଞ୍ଜି ବିନିଯୋଗ ନେଇ ସକରାତ୍ମକ ଆଲୋଚନା ହୋଇଛି । କିପରି ଅଧିକ ବିଦେଶୀ ପୁ୍ଞ୍ଜି ନିବେଶ ହେବ ସେନେଇ ଆଲୋଚନା ହୋଇଛି । ୨୦୨୫ରେ ଓଡ଼ିଶାରେ ସର୍ବବୃହତ ଶିଳ୍ପ କନକ୍ଲେଭ ହେବାକୁ ଯାଉଛି  । ସେମିକଣ୍ଡକ୍ଟର, ପେଟ୍ରୋ କେମିକାଲସ୍‌, ITରେ ବିନିଯୋଗ ସମ୍ଭାବନା ଅଧିକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନା ମୁତାବକ, କମିଶନର, ହାଇକମିଶନର ଏବଂ ବରିଷ୍ଠ ଅଧିକାରୀଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ହୋଇଛି। ଓଡ଼ିଶାରେ ଶିଳ୍ପ ବାତାବରଣ ଏବଂ ପୁଞ୍ଚିନିବେଶ ପାଇଁ ସକରାତ୍ମକ ଆଲୋଚନା ହୋଇଛି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୁଁ ଆଶା କରୁଛି ୨୦୨୫ କନକ୍ଲେଭ ଏକ ସର୍ବବୃହତ୍ତ ଶିଳ୍ପ ସମାବେଶ ଅନୁଷ୍ଠିତ ହେବାକୁ ଯାଉଛି । ଆଗାମୀ ଦିନରେ ସେମିକଣ୍ଡକ୍ଟର, ଆଇଟି, ଗ୍ରୀନ ଏନର୍ଜି, ପେଟ୍ରୋ କେମିକାଲସ, ଇଲେକ୍ଟ୍ରୋନିକସ, ଫୁଡ ପ୍ରୋସେସିଙ୍ଗ କ୍ଷେତ୍ରରେ ଅଧିକ ପୁଞ୍ଜିନିବେଶ ହେବାର ସମ୍ଭାବନା ରହିଛି। ଏହା ୨୦୩୬ରେ ସମୃଦ୍ଧ ଓଡ଼ିଶା ଏବଂ ୨୦୪୭ ରେ ବିକଶିତ ଓଡିଶା ଗଠନରେ ନିଶ୍ଚିନ୍ତ ସୁଦୃଢ ମୂଳଦୁଆ ପକାଇବ । ଯାହା ପ୍ରଧାନମନ୍ତ୍ରୀ କହିଥିଲେ ପୂର୍ବୋଦୟର ବିକାଶ ହେଲେ ଭାରତର ବିକାଶ ହେବ, ତାହା ସଫଳ ହେବ।

ଓଡ଼ିଶାର ଯେଉଁ ଡବଲ ଇଞ୍ଜିନ ସରକାର ହୋଇଛି, କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଓଡ଼ିଶା ଏକ ଶିଳ୍ପ ହବରେ ପରିଣତ ହେବାକୁ ଯାଉଛି। ଏଥିନେଇ ନିଶ୍ଚିତ ରୂପରେ ଆମକୁ ଆଜି ଏକ ସଫଳ ସଙ୍କେତ ମିଳି ପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

Also Read- Mars Transit 2024: କର୍କଟ ରାଶିରେ ମଙ୍ଗଳ ଚଳନ, ଅକ୍ଟୋବର ୨୦ରୁ ଫିଟିବ ୫ ରାଶିର ଭାଗ୍ୟ

Also Read- Video: ଝିଅଙ୍କ ସହ କିତିକିତି ଖେଳିଲେ ଅଭିନେତା ସୋନୁ ସୁଦ, ଭିଡିଓ ଭାଇରାଲ୍

Read More
{}{}