Road Accident: ଏମିତିବି ଆସେ ମୃତ୍ୟୁ। କେହି କିଛି ଭାବିବା ପୂର୍ବରୁ ଓଲଟପାଲଟ ହୋଇଯାଏ ସବୁ କିଛି । କ୍ଷଣିକ ମଧ୍ୟରେ ଚୁନା ହୋଇଗଲା ସବୁ ସ୍ବପ୍ନ। କାର୍ ଓ ଟ୍ରକ୍ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ମେଡିକାଲ୍ ରେ ଭର୍ତ୍ତି କରାଯାଇଛି। କିଭଳି ସ୍ଥିତିରେ ଏହି ଦୁର୍ଘଟଣା ଘଟିଲା ସେନେଇ ପୋଲିସ୍ ଛାନଭିନ୍ ଆରମ୍ଭ କରିଛି।ତେଲେଙ୍ଗାନାର ରଙ୍ଗାରେଡ୍ଡି ଜିଲ୍ଲା ବୋଙ୍ଗୁଲୁରୁ ଗେଟ୍ ନିକଟରେ ଦୁର୍ଘଟଣା ଘଟିଛି।
ସୂଚନା ଅନୁସାରେ, ଗୋଟିଏ ପରିବାରର ୫ ସଦସ୍ୟ ଏକ କାରରେ ପେଡା ଆମବେରପେଟ୍ (Pedda Amberpet)ରୁ ବୋଙ୍ଗୁଲୁରୁ ଗେଟ୍ ଆଡ଼କୁ ଯାତ୍ରା କରୁଥିଲେ। ଏହି ସମୟରେ ରାସ୍ତା କଡ଼ରେ ଛିଡା ହୋଇଥିବା ଏକ ଟ୍ରକ୍ କୁ ନିୟନ୍ତ୍ରଣ ହରାଇ ପିଟି ଦେଇଥିଲା। ଫଳରେ ଘଟଣାସ୍ଥଳରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଥିଲେ। ଏହାଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ୍ ଘଟଣା ସ୍ଥଳରେ ପହଂଚି ଗୁରୁତରଙ୍କୁ ଉଦ୍ଧାର କରି ମେଡିକାଲ୍ ପଠାଇଥିଲା। ଏବଂ ମୃତଦେହ ଗୁଡିକୁ ଉଦ୍ଧାର କରି ପୋଷ୍ଟମଟମ୍ ପାଇଁ ମେଡିକାଲ୍ କୁ ପଠାଇଛି। ଏବଂ ତଦନ୍ତ ଜାରି ରଖିଛି।