Hindi News >>Home >>Odisha Politics

୯ ଟି ପ୍ରସଙ୍ଗରେ ବିଜେପିକୁ ଟାର୍ଗେଟ କଲେ ବିଜେଡି ନେତା ଭିକେ ପାଣ୍ଡିଆନ

୯ ଟି ପ୍ରସଙ୍ଗରେ ବିଜେପିକୁ ଟାର୍ଗେଟ କଲେ ବିଜେଡି ନେତା ଭିକେ ପାଣ୍ଡିଆନ । ବିଜେପିର ୯ ସେଲ୍ଫ ଗୋଲ କଥା କହି ସମାଲୋଚନା କରିଛନ୍ତି ଭିକେ ପାଣ୍ଡିଆନ।

Advertisement
୯ ଟି ପ୍ରସଙ୍ଗରେ ବିଜେପିକୁ ଟାର୍ଗେଟ କଲେ ବିଜେଡି ନେତା ଭିକେ ପାଣ୍ଡିଆନ
Soubhagya Ranjan Mishra|Updated: May 28, 2024, 03:38 PM IST
Share

ଭୁବନେଶ୍ୱର: ୯ ଟି ପ୍ରସଙ୍ଗରେ ବିଜେପିକୁ ଟାର୍ଗେଟ କଲେ ବିଜେଡି ନେତା ଭିକେ ପାଣ୍ଡିଆନ । ବିଜେପିର ୯ ସେଲ୍ଫ ଗୋଲ କଥା କହି ସମାଲୋଚନା କରିଛନ୍ତି ଭିକେ ପାଣ୍ଡିଆନ।

୧- ମହାପ୍ରଭୁ ଜଗନ୍ନାଥ ଓ ଶ୍ରୀମନ୍ଦିରକୁ ରାଜନୀତିକୁ ଟାଣିବାକୁ ପସନ୍ଦ କରୁନାହାନ୍ତି ଓଡ଼ିଶା ବାସୀ। ବାହାରୁ ନେତା , କେନ୍ଦ୍ରମନ୍ତ୍ରୀ ଆସି ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ଭାଷାରେ ଅସମ୍ମାନ ଗାଳି ଗୁଲଜ କରୁଛନ୍ତି। ଯାହାକୁ ଓଡ଼ିଶା ବାସୀ ପସନ୍ଦ କରୁନାହାନ୍ତି। ମିଶନଶକ୍ତି କୁ ବନ୍ଦ କରିବାକୁ ବିଜେପି ଇସ୍ତାହାର ଘୋଷଣା କରିଛି। 

୨- ବିଜେପି ସରକାରକୁ ଆସିଲେ ମିଶନଶକ୍ତି ବନ୍ଦ କରିବେ। ନିର୍ବାଚନ ଇସ୍ତାହାରରେ ମିଶନଶକ୍ତିକୁ ବନ୍ଦ କରିବାକୁ ବିଜେପି କହିଛି। ମିଶନଶକ୍ତିକୁ ବନ୍ଦ କରିବାକୁ ବିଜେଡି ଷଡଯନ୍ତ୍ର କରୁଛି। 

୩- BSKY ବନ୍ଦ କରି ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ବିଜେପି ଇସ୍ତାହାର ଘୋଷଣା କରିଛି। ଆୟୁଷ୍ମାନ ଭାରତ କେବଳ ବିପିଏଲ ପରିବାର ପାଇଁ । କିନ୍ତୁ BSKY ଯୋଜନା ସମସ୍ତଙ୍କ ପାଇଁ। ରାଜ୍ୟର ୯୦ ପ୍ରତିଶତ ଲୋକ ସୁବିଧା ପାଉଛନ୍ତି। ଆଗକୁ BSKY ନବୀନ କାର୍ଡରେ ସମସ୍ତଙ୍କୁ ସାମିଲ କରାଯିବ।

୪- ଯୁବ କ୍ଷେତ୍ରକୁ ଗୁରୁତ୍ଵ ଦେଇ ନବୀନ ସରକାର 5T ସ୍କୁଲ , 5T କଲେଜ, ଯୁବ ବଜେଟ ବ୍ୟବସ୍ଥା କରିଛନ୍ତି। ୯୮ ପ୍ରତିଶତ ପିଲାଙ୍କ ପାଇଁ ନୂଆ ଓ ଛାତ୍ର ବୃତ୍ତି ଯୋଜନା ଆରମ୍ଭ ହୋଇଛି। ଯୁବକଙ୍କ ପାଇଁ ବିଜେପି ଇସ୍ତାହାର ରେ କିଛି ନଥିବା ବେଳେ ଏହାକୁ ବନ୍ଦ କରିବାକୁ ଯୋଜନା କରୁଛି ବିଜେପି।

୫- ମୁଖ୍ୟମନ୍ତ୍ରୀ ଆଦିବାସୀଙ୍କ ପରିଚୟ ପାଇଁ SDC ଗଠନ କରିଛନ୍ତି। ଡବଲ ଇଞ୍ଜିନ ଚାଲିଥିବା ରାଜ୍ୟରେ ଅଧିକ ଆଦିବାସୀ ଥାଇ ବି SDC ଗଠନ କରାଯାଇ ନାହିଁ। ବିଜେପି ସରକାର କୁ ଆସିଲେ ଏହାକୁ ବନ୍ଦ କରିବେ।

୬- ଡବଲ ଇଞ୍ଜିନ ସରକାର ଥିବା ରାଜ୍ୟରେ ଶାନ୍ତି ନାହିଁ। ଓଡ଼ିଶାରେ  ଶାନ୍ତି ଅଛି। ଓଡ଼ିଶାରେ ଦାଦା ବଟି ନାହିଁ। କିନ୍ତୁ ବିଜେଡି ରୁ ବିଦା ହୋଇଥିବା ଅନେକ ଅପରାଧିକ କାର୍ଯ୍ୟକଳାପ ରେ ଲିପ୍ତ ଥିବା ବ୍ୟକ୍ତିଙ୍କୁ ବିଜେପି ନିଜ ଦଳରେ ସାମିଲ କରିଛି। 

୭- ବିଜେଡ଼ିର ମାଗଣା ବିଦ୍ୟୁତ୍ ଘୋଷଣା ପରେ ବିଜେପିକୁ କରେଣ୍ଟ ଲାଗିଛି । ବିଜେପି ସୋଲାର ବ୍ୟବସ୍ଥାରେ ବିଦ୍ୟୁତ୍ ଯୋଗାଇବା କଥା କହୁଛି। ରନ୍ଧନ ଗ୍ୟାସ ମାଗଣାରେ ଯୋଗାଇବା କଥା କହି ବାରମ୍ବାର ଦର ବଢାଇ ଚାଲିଛି। LPG ଗ୍ୟାସ ପରି ବିଜେପିର ସୋଲାର ବିଦ୍ୟୁତ୍ ଘୋଷଣା ଏକ ବଡ ଜୁମଲା।

୮- ଚାଷୀଙ୍କ ପାଇଁ ୩୧୦୦ ଟଙ୍କା MSP ବଡ ଜୁମଲା। MSP ବୃଦ୍ଧି କେନ୍ଦ୍ର ବିଚାରାଧୀନ ହୋଇଥିଲେ ବି ୧୦ ବର୍ଷ ଧରି ଚାଷୀଙ୍କ କଥା ଚିନ୍ତା କରିନଥିଲା ବିଜେପି। ଏବେ ନିର୍ବାଚନ ପାଇଁ ଚାଷୀଙ୍କ କଥା ମନେ ପଡୁଛି।

୯- ସୁଭଦ୍ରା ଯୋଜନାରେ ୫୦ ହଜାର ଟଙ୍କା ଭାଉଚର ଦେବାକୁ ବିଜେପିର ଘୋଷଣା ମଧ୍ୟ ଏକ ଜୁମଲା। ଯଦି ୫୦ ହଜାର ଟଙ୍କା ଦିଆଯାଏ ୧ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ ହେବ। କିନ୍ତୁ ଓଡ଼ିଶାରେ ବିକାଶମୂଳକ ବାବଦରେ ସ୍କିମ ୨୫ ହଜାର କୋଟି ଟଙ୍କା ବଜେଟ ରହୁଛି। ୧୫ ଲକ୍ଷ ଆକାଉଣ୍ଟ କୁ ଦେବା ଘୋଷଣା କରି ଏହ ବିଜେଡ଼ିର ଆଉ ଏକ ଜୁମଲା।

Also Read- Love Story: ପ୍ରେମ ଭାଙ୍ଗିଲା ଧର୍ମର କାନ୍ଥ, ଶିଫା ବନିଲେ ସନ୍ଧ୍ୟା ଧରିଲେ ଅନମୋଲଙ୍କ ହାତ

Read More
{}{}