Home >>Odisha Politics

Mohan Charan Majhi: ତିନିଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ, ଗୁରୁତ୍ତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହୋଇପାରେ ଆଲୋଚନା

ନିର୍ବାଚନୀ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ଦେଇଥିବା ପ୍ରତିଶୃତି ଉପରେ ମଧ୍ୟ ଆଲୋଚନା କରାଯାଇପାରେ। ବିଭିନ୍ନ ଯୋଜନାକୁ କିପରି ରାଜ୍ୟରେ ଲାଗୁ କରାଯିବା ସହିତ ବିଭିନ୍ନ ସରକାରୀ ଯୋଜନା ଓ କେନ୍ଦ୍ରୀୟ ପାଣ୍ଠି କିପରି ଆସିବ ସେନେଇ ବିସ୍ତୃତ ଭାବେ ଆଲୋଚନା ହେବା ନେଇ ସୂଚନା ରହିଛି। ତେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ରହଣୀ ବ୍ୟବସ୍ଥା ନୂଆଦିଲ୍ଲୀସ୍ଥିତ ଓଡ଼ିଶା ଭବନରେ କରାଯାଇଥିବା ଜଣାପଡ଼ିଛି। 

Advertisement
Mohan Charan Majhi: ତିନିଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ, ଗୁରୁତ୍ତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହୋଇପାରେ ଆଲୋଚନା
Prabhudatta Moharana|Updated: Jun 26, 2024, 08:26 PM IST
Share

Mohan Charan Majhi: ଭୁବନେଶ୍ୱର: ତିନିଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ଶ୍ରୀ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହିତ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡା ମଧ୍ୟ ଦିଲ୍ଲୀ ଗସ୍ତ କରିଥିବା ଜଣାପଡ଼ିଛି। ଏହି ଗସ୍ତ ସମୟରେ ସେ ଦିଲ୍ଲୀରେ ଏହି ସମୟରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନକଡ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଓଡ଼ିଶାର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। 

ମିଳିଥିବା ସୂଚନା ଅନୁଯାୟୀ ପ୍ରଧାନମନ୍ତ୍ରୀଙ୍କ ଅଫିସରୁ ଡାକରା ଆସିବା ପରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିଛନ୍ତି। ତେବେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ସୌଜନ୍ୟମୂଳକ ସାକ୍ଷାତ କୁହାଯାଉଥିଲେ ବି, ଏହି ସମୟରେ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇପାରେ ବୋଲି ରାଜନୀତିକ ମହଲରେ ଚର୍ଚ୍ଚା ହେଉଛି । ନିର୍ବାଚନ ସମୟରେ ପ୍ରଧାନମନ୍ତ୍ରୀ ନିଜେ ସଭାମଞ୍ଚରୁ ଏକାଧିକ ଗ୍ୟାରେଣ୍ଟି ଦେଇଥିଲେ। ବିଜେପି ସରକାର ଆସିଲେ ବିକଶିତ ଓଡିଶା ଗଢ଼ିବାର ପ୍ରତିଶ୍ରୁତି ଦେଇଥିଲେ। ତେଣୁ ସେଗୁଡିକ କେମିତି କାର୍ଯ୍ୟକାରୀ ହେବ, ସେ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିପାରନ୍ତି ମୁଖ୍ୟମନ୍ତ୍ରୀ ।

ଏହା ସହିତ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭଗର ମନ୍ତ୍ରୀମାନଙ୍କୁ ମଧ୍ୟ ଭେଟିବେ। କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡକରି, ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ମନ୍ତ୍ରୀ ମାନଙ୍କ ସହିତ ଆହୁରି ଅନେକ ବିଭାଗର ମନ୍ତ୍ରୀମାନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହା ସହିତ ନିର୍ବାଚନୀ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ଦେଇଥିବା ପ୍ରତିଶୃତି ଉପରେ ମଧ୍ୟ ଆଲୋଚନା କରାଯାଇପାରେ। ବିଭିନ୍ନ ଯୋଜନାକୁ କିପରି ରାଜ୍ୟରେ ଲାଗୁ କରାଯିବା ସହିତ ବିଭିନ୍ନ ସରକାରୀ ଯୋଜନା ଓ କେନ୍ଦ୍ରୀୟ ପାଣ୍ଠି କିପରି ଆସିବ ସେନେଇ ବିସ୍ତୃତ ଭାବେ ଆଲୋଚନା ହେବା ନେଇ ସୂଚନା ରହିଛି। ତେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ରହଣୀ ବ୍ୟବସ୍ଥା ନୂଆଦିଲ୍ଲୀସ୍ଥିତ ଓଡ଼ିଶା ଭବନରେ କରାଯାଇଥିବା ଜଣାପଡ଼ିଛି। 

Read More
{}{}