Home >>Odisha Politics

Mohan Charan Majhi: ରାଷ୍ଟ୍ରପତି ଏବଂ ଅର୍ଥମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକ ବର୍ଦ୍ଧନ ସିଂହ ଦେଓ। ରାଷ୍ଟ୍ରପତି ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ। ଗତକାଲି ମୁଖ୍ୟମନ୍ତ୍ରୀଙ୍କ ସହିତ ଦୁଇ ଉପମୁଖ୍ୟମନ୍ତ୍ରୀ ୩ ଦିନିଆ ଦିଲ୍ଲୀ ଗସ୍ତରେ

Advertisement
Mohan Charan Majhi: ରାଷ୍ଟ୍ରପତି ଏବଂ ଅର୍ଥମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ
Prabhudatta Moharana|Updated: Jun 27, 2024, 06:15 PM IST
Share

Mohan Charan Majhi: ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକ ବର୍ଦ୍ଧନ ସିଂହ ଦେଓ। ରାଷ୍ଟ୍ରପତି ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ। ଗତକାଲି ମୁଖ୍ୟମନ୍ତ୍ରୀଙ୍କ ସହିତ ଦୁଇ ଉପମୁଖ୍ୟମନ୍ତ୍ରୀ ୩ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି। ଆଜି ପ୍ରଧାନମନ୍ତ୍ରୀ ଏବଂ ଗୃହମନ୍ତ୍ରୀଙ୍କରୁ ସାକ୍ଷାତ କରିବା ସହିତ  ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । 

ଦିନରେ ରାଷ୍ଟ୍ରପତିଙ୍କୁ ଭେଟିବା ପରେ ସନ୍ଧ୍ୟାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଭେଟିଛନ୍ତି। ଅର୍ଥମନ୍ତ୍ରୀଙ୍କୁ ଭେଟିବା ସହିତ ରାଜ୍ୟକୁ କିପରି କେନ୍ଦ୍ରୀୟ ଅନୁଦାନର ମାତ୍ରା ବୃଦ୍ଧି ପାଇବ ତାହା ଉପରେ ଆଲୋଚନା କରିଛନ୍ତି। ମୋଦୀ ଗ୍ୟାରେଂଟିକୁ କିଭଳି ରାଜ୍ୟରେ ଉପଯୋଗ କରାଯାଇ ପାରିବ ଏବଂ ଓଡ଼ିଶା ଦେଶର ଏକ ନମ୍ବର ରାଜ୍ୟ ହେବ ସେନେଇ ପ୍ରସ୍ତୁତି କରିବ ରାଜ୍ୟ ୟୁନିଟ । 

ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ସୌଜନ୍ୟମୂଳକ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି । ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଗୃହମନ୍ତ୍ରୀ ଅମିତ୍ ଶାହା ଏବଂ ବିଜେପି ରାଷ୍ଟ୍ରିୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ରହିଛି । ନିର୍ବାଚନ ସମୟରେ ପ୍ରଧାନମନ୍ତ୍ରୀ ନିଜେ ସଭା ମଂଚରୁ ଏକାଧିକ ଗ୍ୟାରେଂଟି ଦେଇଥିଲେ । ବିଜେପି ସରକାର ଆସିଲେ ବିକଶିତ ଓଡିଶା ଗଢ଼ିବାର ପ୍ରତିଶ୍ରୁତି ଦେଇଥିଲେ । ତେଣୁ ସେଗୁଡିକ କେମିତି କାର୍ଯ୍ୟକାରୀ ହେବ, ସେ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିପାରନ୍ତି ମୁଖ୍ୟମନ୍ତ୍ରୀ ।

Read More
{}{}