ଭୁବନେଶ୍ୱର: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି.ଏସ୍ ଅଚ୍ୟୁତାନନ୍ଦନଙ୍କ ପରଲୋକ ହୋଇଯାଇଛି । ୧୦୧ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଭି.ଏସ୍ ଅଚ୍ୟୁତାନନ୍ଦନ । ୨ ଥର କେରଳର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନିଭାଇଥିଲେ ବାମପନ୍ଥୀ ନେତା ଅଚ୍ୟୁତାନନ୍ଦ । ତାଙ୍କ ବିୟୋଗ ପରେ ଅନେକ ରାଜନୈତିକ ବ୍ୟକ୍ତିବିଶେଷ ଶୋକ ବ୍ୟକ୍ତ କରିଛନ୍ତି ।
ଅନ୍ୟପଟେ, ଅଚ୍ୟୁତାନନ୍ଦନଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ମଧ୍ୟ ଶୋକ ବ୍ୟକ୍ତ କରିଛନ୍ତି । ସୋସିଆଲ ପ୍ଲାଟଫର୍ମ X ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି.ଏସ୍. ଅଚ୍ୟୁତାନନ୍ଦନଙ୍କ ପରଲୋକ ବିଷୟରେ ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ମୁଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ସେ ଦିବଙ୍ଗତ ଆତ୍ମାଙ୍କୁ ଶାନ୍ତି ପ୍ରଦାନ କରିବା ସହ ତାଙ୍କ ପରିବାରବର୍ଗ ଓ ସମର୍ଥକମାନଙ୍କୁ ଏହି ଦୁଃଖ ସହିବାର ଶକ୍ତି ପ୍ରଦାନ କରନ୍ତୁ । ଓଁ ଶାନ୍ତି
କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି.ଏସ୍. ଅଚ୍ୟୁତାନନ୍ଦନଙ୍କ ପରଲୋକ ବିଷୟରେ ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ମୁଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ସେ ଦିବଙ୍ଗତ ଆତ୍ମାଙ୍କୁ ଶାନ୍ତି ପ୍ରଦାନ କରିବା ସହ ତାଙ୍କ ପରିବାରବର୍ଗ ଓ ସମର୍ଥକମାନଙ୍କୁ ଏହି ଦୁଃଖ ସହିବାର ଶକ୍ତି ପ୍ରଦାନ କରନ୍ତୁ । ଓଁ ଶାନ୍ତି …
— Mohan Charan Majhi (@MohanMOdisha) July 21, 2025
Also Read- ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି ମନା- ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
Also Read- Gold Rate: ବଢିଲା ସୁନା ରୂପା ଦର, ଅଳଙ୍କାର କିଣିବା ପୂର୍ବରୁ ଜାଣନ୍ତୁ ଅପଡେଟ୍