Home >>Odisha Politics

ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆସିବ ଆଳୁ, ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି: ଯୋଗାଣ ମନ୍ତ୍ରୀ

Potato issue: ଆଜି ସେଠାରୁ କିଛି ଟ୍ରକ ଭର୍ତ୍ତି ଆଳୁ ଆସି ରାଜ୍ୟରେ ପହଞ୍ଚିଛି ଏବଂ ଆଗାମୀ ଦିନରେ ଅଧିକ ସଂଖ୍ୟକ ଗାଡ଼ି ଆସିବ। ଏହା ଦ୍ୱାରା ଧୀରେ ଧୀରେ ପଶ୍ଚିମବଙ୍ଗ ଉପରେ ଆଳୁକୁ ନେଇ ନିର୍ଭରଶୀଳତା ହ୍ରାସ ପାଇବ।

Advertisement
ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆସିବ ଆଳୁ, ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି: ଯୋଗାଣ ମନ୍ତ୍ରୀ
Zee Odisha Desk|Updated: Aug 01, 2024, 10:33 PM IST
Share

ଭୁବନେଶ୍ଵର: ରାଜ୍ୟରେ ଆଳୁ ସଙ୍କଟର ସମାଧାନ ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏଣିକି ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆଳୁ ଆଣିବା ବ୍ୟବସ୍ଥା କରାଯିବ। ଏ ସଂକ୍ରାନ୍ତରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। 

ଏହି ଅବସରରେ ମନ୍ତ୍ରୀ ଶ୍ରୀ ପାତ୍ର କହିଲେ ଯେ ଆଳୁକୁ ନେଇ ପଶ୍ଚିମବଙ୍ଗ ସରକାର ବିଭିନ୍ନ ସମୟରେ ସମସ୍ୟା ସୃଷ୍ଟି କରିବା ସହ ମନମୁଖୀ କାର୍ଯ୍ୟ ପ୍ରତିବାଦରେ ଏଣିକି ଉତ୍ତରପ୍ରଦେଶରୁ ରାଜ୍ୟକୁ ଆଳୁ ଆଣିବାର ନିଷ୍ପତ୍ତି ନିଆଯାଇଛି । ଆଜି ସେଠାରୁ କିଛି ଟ୍ରକ ଭର୍ତ୍ତି ଆଳୁ ଆସି ରାଜ୍ୟରେ ପହଞ୍ଚିଛି ଏବଂ ଆଗାମୀ ଦିନରେ ଅଧିକ ସଂଖ୍ୟକ ଗାଡ଼ି ଆସିବ। ଏହା ଦ୍ୱାରା ଧୀରେ ଧୀରେ ପଶ୍ଚିମବଙ୍ଗ ଉପରେ ଆଳୁକୁ ନେଇ ନିର୍ଭରଶୀଳତା ହ୍ରାସ ପାଇବ। ଏଥି ନିମନ୍ତେ ଉତ୍ତରପ୍ରଦେଶ ସରକାର ସମସ୍ତ ସହଯୋଗ ଯୋଗାଇଦେବେ ବୋଲି ମନ୍ତ୍ରୀ କହିଛନ୍ତି। ଏଥିସହ ରାଜ୍ୟର ଏକ ପ୍ରତିନିଧି ମଣ୍ଡଳୀ ଖୁବଶୀଘ୍ର ଉତ୍ତରପ୍ରଦେଶ ଗସ୍ତ କରିବ । ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ଓଡ଼ିଶାର ଅସ୍ମିତା ରକ୍ଷା ସହ ପଡ଼ୋଶୀ ରାଜ୍ୟ ଉପରେ ଆଳୁ ନିର୍ଭରଶୀଳତା ହ୍ରାସ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି । ରାଜ୍ୟରେ ଆଳୁ ସହ ଅନ୍ୟାନ୍ୟ ସାମଗ୍ରୀ ଉତ୍ପାଦନ ନିମନ୍ତେ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି । ଓଡ଼ିଶା ବ୍ୟବସାୟୀ ଏବଂ ବିଭିନ୍ନ ସଂଘର ଅନୁରୋଧକୁ ରକ୍ଷା କରି ଉତ୍ତରପ୍ରଦେଶରୁ ଆଳୁ ଆଣିବା ପାଇଁ ସରକାର ପଦକ୍ଷେପ ନେଇଥିବା ମନ୍ତ୍ରୀ ଶ୍ରୀ ପାତ୍ର ସୂଚନା ଦେଇଛନ୍ତି। ଉକ୍ତ ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ବୀର ବିକ୍ରମ ଯାଦବ, ବିଭାଗୀୟ ବରିଷ୍ଠ ଅଧିକାରୀ, ଓଡ଼ିଶା ବ୍ୟବସାୟୀ ସଂଘର ସାଧାରଣ ସଂପାଦକ ସୁଧାକର ପଣ୍ଡା ଏବଂ ବିଭିନ୍ନ ସଂଘର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ। 

Read More
{}{}