Hindi News >>Home >>Odisha Politics

General Election 2024: ଆଜି ସରିବ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର

ଭୁବନେଶ୍ୱର: ଦିନକ ପରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏହା ସହିତ ଦେଶରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଆସନ୍ତା ୧୩ ତାରିଖ ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ଏବଂ ଆମ ରାଜ୍ୟ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ପାଇଁ ହେବ ମତଦାନ। ଏଥିପାଇଁ ଆଜି ସଂଧ୍ୟାରେ ସରିବ ନେତାଙ୍କ ଧୂଆଁଧାର ପ୍ରଚାର। ପ୍ରଚାର ପା

Advertisement
General Election 2024: ଆଜି ସରିବ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର
Prabhudatta Moharana|Updated: May 11, 2024, 10:31 AM IST
Share

General Election 2024: ଭୁବନେଶ୍ୱର: ଦିନକ ପରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏହା ସହିତ ଦେଶରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଆସନ୍ତା ୧୩ ତାରିଖ ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ଏବଂ ଆମ ରାଜ୍ୟ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ପାଇଁ ହେବ ମତଦାନ। ଏଥିପାଇଁ ଆଜି ସଂଧ୍ୟାରେ ସରିବ ନେତାଙ୍କ ଧୂଆଁଧାର ପ୍ରଚାର। ପ୍ରଚାର ପାଇଁ ହାତରେ ମାତ୍ର ଆଜି ଦିନଟିଏ। ଦିନକ ପରେ ହେବ ମତଦାନ।

ଆଉ ଏଥିପାଇଁ ନେତା ତରତର ଜନତା ବି ଉତ୍ସାହିତ । ଭୋଟ୍ ଦେଇ ଯୋଗ୍ୟ ପ୍ରାର୍ଥୀ ବାଛିବେ ଜନତା । ସେଥିପାଇଁ ଜନତାଙ୍କୁ ନିଜ ସପକ୍ଷରେ ନେବାକୁ ଅଣ୍ଟା ଭିଡି ଭୋଟ୍ ମାଗୁଛନ୍ତି ନେତା ଓ ପ୍ରାର୍ଥୀ । ଏହି ପର୍ଯ୍ୟାୟରେ ୯ ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଜାମ୍ମୁ ଓ କାଶ୍ମୀରକୁ ମିଶାଇ ମୋଟ୍ ୯୬ ଲୋକସଭା ଆସନ ପାଇଁ ମତଦାନ ହେବ ।

ଆନ୍ଧ୍ର ପ୍ରଦେଶର ସମସ୍ତ ୨୫ ଆସନରେ ମତଦାନ ହେବ । ସେହିଭଳି ତେଲଙ୍କାନାର ୧୭, ଉତ୍ତର ପ୍ରଦେଶର ୧୩, ମହାରାଷ୍ଟ୍ରର ୧୧, ପଶ୍ଚିମବଙ୍ଗର ୮, ମଧ୍ୟପ୍ରଦେଶର ୮, ବିହାରର ୫, ଝାଡ଼ଖଣ୍ଡ ଏବଂ ଓଡ଼ିଶାରେ ୪ଟି ଲେଖାଏ ଆସନରେ ହେବ ମତଦାନ ।

Read More
{}{}