Hindi News >>Home >>Odisha Politics

Odisha Election 2024: ହିନ୍ଦୋଳରେ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାର

Odisha Election 2024: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳରେ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାର।  ପ୍ରଚାର ସମୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ୍ କରିଛନ୍ତି ଭିକେ ପାଣ୍ତିଆନ୍ ।  ମୁଖ୍ୟମନ୍ତ୍ରୀ ଚୌକି ଲୋଭ ଥିବା ବ୍ୟକ୍ତି କେବେ ବି ଭଲ କାମ କରିପାରିବେ ନାହିଁ। 

Advertisement
Odisha Election 2024: ହିନ୍ଦୋଳରେ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାର
Zee Odisha Desk|Updated: May 13, 2024, 01:52 PM IST
Share

Odisha Election 2024: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳରେ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାର। ପ୍ରଚାର ସମୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ୍ କରିଛନ୍ତି ଭିକେ ପାଣ୍ତିଆନ୍ ।  ମୁଖ୍ୟମନ୍ତ୍ରୀ ଚୌକି ଲୋଭ ଥିବା ବ୍ୟକ୍ତି କେବେ ବି ଭଲ କାମ କରିପାରିବେ ନାହିଁ। କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ଅଭଦ୍ର ଓ ଅଶାଳୀନ ଭାଷାରେ ଗାଳି କରୁଛନ୍ତି। ଜଣେ ଜନପ୍ରିୟ ମୁଖ୍ୟମନ୍ତ୍ରୀଙ୍କୁ  ଏଭଳି ଗାଳି ଦେବା ବହୁ ଦୁଃଖର କଥା। ବିଜେପୁର ନିର୍ବାଚନ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ଚପଲ ଫୋପାଡ଼ିଲେ ୪୦ ହଜାର ଭୋଟରେ ହାରିଲେ। ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସ କରି ଫେରିଲା ବେଳେ ଅଣ୍ଡା ମାଡ଼ କଲେ, ୩୦ରୁ ୩୦ ଜିଲ୍ଲା ପରିଷଦ ହାରିଲେ। ଓଡ଼ିଶାର ଏହି ମହାନାୟକଙ୍କୁ ଗାଳି ଦେଉଛନ୍ତି, ଆପଣମାନଙ୍କ ଆଶୀର୍ବାଦ ଏଥର ବି ପରାଜୟ ଗ୍ରହଣ କରିବେ। 

କେନ୍ଦ୍ରମନ୍ତ୍ରୀ ଆପଣଙ୍କ ଅଞ୍ଚଳର, ଆପଣଙ୍କ ଅଞ୍ଚଳ ପାଇଁ କ’ଣ କରିଛନ୍ତି  କୁହନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ। ଗୋଟିଏ ବି କେନ୍ଦ୍ରୀୟ ବିଦ୍ୟାଳୟ କିମ୍ୱା ଜବାହର ନବୋଦୟ ବିଦ୍ୟାଳୟ ଖୋଳିଛନ୍ତି କି ? କଟକ-ସମ୍ୱଲପୁର ରାସ୍ତା ଏ ପର୍ଯ୍ୟନ୍ତ କରିପାରିଲେନି । ଦୁଇଦିନ ତଳେ ମାନ୍ୟବର ପ୍ରଧାନମନ୍ତ୍ରୀ ଓଡ଼ିଶାବାସୀଙ୍କୁ ସୋଲାର ପେନେଲ ମାଧ୍ୟମରେ ମାଗଣା ବିଜୁଳି ଦେବେ ବୋଲି କହିଲେ, ଏଥିପାଇଁ ଆପଣଙ୍କୁ ୫୦ ହଜାର ଟଙ୍କା ଦେବାକୁ ପଡ଼ିବ, ଏଇଟା ହେଉଛି ବିଜେପିର ମାଗଣା ବିଜୁଳି। 

ଜୁନ ୯ ତାରିଖରେ ୯.୩୦ ରୁ ୧.୦୦ ମଧ୍ୟରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଦାୟୀତ୍ୱ ଗ୍ରହଣ କରିବେ, ପ୍ରଥମ ଦସ୍ତଖତ କରିବେ। ଓଡ଼ିଶାର ୯୦ ପ୍ରତିଶତ ପରିବାରର ବିଜୁଳି ବିଲ  ରାଜ୍ୟ ସରକାର ଭରଣା କରିବେ। ଡବଲ ଇଞ୍ଜିନ ସରକାର ଦିନରେ ଆପଣଙ୍କୁ ଭୁଆଁ ବୁଲାଉଛନ୍ତି, ଲଣ୍ଠନ ଦେଖାଉଛନ୍ତି । ନିର୍ବାଚନ ସରିଗଲେ ଏମାନଙ୍କୁ ଆପଣ ଖୋଜିଲେ ବି ପାଇବେନି। ଆଜି ସକାଳେ ବିଜେପିର ଟାଣୁଆ ନେତାମାନେ ମିଶି ସାମ୍ବାଦିକ ସମ୍ମିଳନୀ କରିଥିଲେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବା ପାଇଁ କିନ୍ତୁ ନିଜ ନିଜ ଭିତରେ ଝଗଡ଼ା ଲାଗି ବନ୍ଦ ହୋଇଗଲା। ମୁଁ ତାଙ୍କୁ ଆହ୍ୱାନ କରୁଛି ନବୀନ ବାବୁଙ୍କ ବିପକ୍ଷରେ କାହାକୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରିବେ କରନ୍ତୁ, ଓଡ଼ିଶାବାସୀ ତାର ଉଚିତ ଜବାବ ଦେବେ, ଏତେ ମିଛ କଥାକୁ ଓଡ଼ିଶାବାସୀ ଗ୍ରହଣ କରିବେ ନାହିଁ।  ଉଭୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ୫୦ ହଜାର ମାର୍ଜିନରେ ଆଶୀର୍ବାଦ କରନ୍ତୁ ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଆହୁରି ଟାଣ କରନ୍ତୁ। କର୍ମୀମାନଙ୍କୁ ସମ୍ବୋଧିତ କରି କହିଲେ ଯେ ,ମୁଖ୍ୟମନ୍ତ୍ରୀ ହିନ୍ଦୋଳକୁ ବହୁତ ଭଲ ପାଆନ୍ତି, ଓଡ଼ିଶାର ଉଜ୍ୱଳ ଭବିଷ୍ୟତ ପାଇଁ ବିରୋଧୀଙ୍କୁ ମୁହଁତୋଡ଼ ଜବାବ ଦେବାର ଅଛି।

Read More
{}{}