Home >>Odisha Politics

President Odisha Tour: ରେଳ ଲାଇନ ଗୁଡିକର ଭିତ୍ତିପ୍ରସ୍ତର ସ୍ଥାପନ ପାଇଁ ରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ କଲେ ରେଳମନ୍ତ୍ରୀ

ନୂଆଦିଲ୍ଲୀ: ଆସନ୍ତାକାଲି ଠାରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୫ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି। ଏହି ସମୟ ମଧ୍ୟରେ ସେ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେବେ। ତେବେ ଏହି କାର୍ଯ୍ୟକ୍ରମ ମଧ୍ୟରେ ୩ଟି ରେଳ ଲାଇନ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ ମଧ୍ୟ ଯୋଗଦେବେ। ଏଥିପାଇଁ ଆଜି ରେଳମନ୍ତ୍ରୀ ରାଷ୍ଟ୍ରପତିଙ୍କୁ ଭେଟି ନିମନ୍ତ୍ରଣ କର

Advertisement
President Odisha Tour: ରେଳ ଲାଇନ ଗୁଡିକର ଭିତ୍ତିପ୍ରସ୍ତର ସ୍ଥାପନ ପାଇଁ ରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ କଲେ ରେଳମନ୍ତ୍ରୀ
Prabhudatta Moharana|Updated: Dec 02, 2024, 04:41 PM IST
Share

President Odisha Tour: ନୂଆଦିଲ୍ଲୀ: ଆସନ୍ତାକାଲି ଠାରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୫ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି। ଏହି ସମୟ ମଧ୍ୟରେ ସେ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେବେ। ତେବେ ଏହି କାର୍ଯ୍ୟକ୍ରମ ମଧ୍ୟରେ ୩ଟି ରେଳ ଲାଇନ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ ମଧ୍ୟ ଯୋଗଦେବେ। ଏଥିପାଇଁ ଆଜି ରେଳମନ୍ତ୍ରୀ ରାଷ୍ଟ୍ରପତିଙ୍କୁ ଭେଟି ନିମନ୍ତ୍ରଣ କରିଛନ୍ତି। ଏହା ସହିତ ଓଡ଼ିଶାରେ ଚାଲିଥିବା ଏକାଧିକ ପ୍ରକଳ୍ପ ସମ୍ପର୍କରେ ମଧ୍ୟ ଅବଗତ କରାଇଛି ବୋଲି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି। 

 

ଏଠାରେ କହି ରଖୁ କି ରାଷ୍ଟ୍ରପତି ଆସନ୍ତାକାଲି ଅର୍ଥାତ ଡିସେମ୍ବର ୩ ତାରିଖରେ ନୂଆଦିଲ୍ଲୀରୁ ବାୟୁସେନାର ଏକ ସ୍ୱତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦର ଅବତରଣ କରିବେ। ସେ ୩ ଦିନ ଧରି ଭୁବନେଶ୍ୱର ଓ ପୁରୀରେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ସୂଚନା ରହିଛି। ପରେ ୬ ତାରିଖରେ ସ୍ୱତନ୍ତ୍ର ହେଲିକେପ୍ଟର ଯୋଗେ ମୟୂରଭଞ୍ଜ ଜିଲା ଗସ୍ତ କରିବେ। ଏହି ଗସ୍ତ ସମୟରେ ସେ ସଡ଼କ ପଥରେ ନିଜ ଜନ୍ମମାଟି ଉପରବେଡ଼ା ଗାଁକୁ ଯିବେ। 

ରାଇରଙ୍ଗପୁରସ୍ଥ ଘରେ ମଧାହ୍ନଭୋଜନ କରିବା ପରେ ଉପଖଣ୍ଡ ଚିକିତ୍ସାଳୟରେ ଏସ୍‌ଏଲ୍‌ଏସ୍ ଟ୍ରଷ୍ଟ ପକ୍ଷରୁ ପ୍ରଦତ୍ତ ଏକ ଯାନକୁ ଲୋକାର୍ପିତ କରିବେ। ଏଥିସହିତ ରାଇରଙ୍ଗପୁର ମହିଳା ମହାବିଦ୍ୟାଳୟରେ ଛାତ୍ରୀ, ଅଧ୍ୟାପକ ଓ ଅଧ୍ୟାପକଙ୍କ ସହିତ ଆଲୋଚନା କରିବା ପରେ ପୁଣେଶ୍ୱର ମହାଦେବଙ୍କ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିବେ।

ସେଦିନ ରାଇରଙ୍ଗପୁରସ୍ଥ ବାସଭବନରେ ରାତ୍ରୀ ଯାପନ କରିବେ। ୭ ତାରିଖ ସକାଳେ କେତେକ ଲୋକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ବାଙ୍ଗିରିପୋଷି ଯାଇ ବହୁ ପ୍ରତୀକ୍ଷିତ ୩ଟି ନୂତନ ରେଳପଥ ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁଡ଼ାମରା–ଚାକୁଳିଆ ଓ ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳପଥର ଶିଳାନ୍ୟାସ କରିବେ। ଏହାସହିତ ଆଭାସୀ ଜରିଆରେ ଆଦିବାସୀ ଗବେଷଣା କେନ୍ଦ୍ର, ଦାଣ୍ଡବୋଷ ଏୟାରଷ୍ଟ୍ରିପ୍ ଓ ଉପଖଣ୍ଡ ଚିକିତ୍ସାଳୟର ପୁନରୁଦ୍ଧାର ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ସଭା ଶେଷ ପରେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

Read More
{}{}