Home >>Zee Odisha

ଭୁବନେଶ୍ଵର ଆଳୁ ଗୋଦାମରେ ତଦାରଖ କଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ, ରାଜ୍ୟରେ ୭ଦିନ ପର୍ଯ୍ୟନ୍ତ ଆଳୁ ଗଚ୍ଛିତ ରହିଛି

Potato prices: ଖୁଚୁରା ବଜାରରେ ଯେତିକି ଆଳୁ ମହଜୁଦ ଅଛି ତାହା ସମୁଦ୍ରକୁ ଶଙ୍ଖେ। ଏଥିପାଇଁ ଦୁଇ ଦିନ ହେଲା ଆଳୁ ଦର ବୃଦ୍ଧି ପାଇଛି ବୋଲି କିଛି ବ୍ୟବସାୟୀ ପ୍ରକାଶ କରିଛନ୍ତି। 

Advertisement
ଭୁବନେଶ୍ଵର ଆଳୁ ଗୋଦାମରେ ତଦାରଖ କଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ, ରାଜ୍ୟରେ ୭ଦିନ ପର୍ଯ୍ୟନ୍ତ ଆଳୁ ଗଚ୍ଛିତ ରହିଛି
Zee Odisha Desk|Updated: Jul 26, 2024, 12:17 PM IST
Share

ଭୁବନେଶ୍ଵର: ରାଜ୍ୟରେ ଦିନକୁ ଦିନ ବଢ଼ି ଚାଲିଛି ଦର ଦାମ। ପଶ୍ଚିମବଙ୍ଗରୁ ଆଳୁ ଆମଦାନି ହେଉନଥିବାରୁ ଦର ବଢ଼ୁଛି। ଯାହାକୁ ନେଇ ଖାଉଟି ଚିନ୍ତାରେ ଥିବା ବେଳେ ପର୍ଯ୍ୟାପ୍ତ ପରିମାଣରେ ଆଳୁ ଆସୁନଥିବାରୁ ଦର ବଢ଼ୁଥିବା ବ୍ୟବସାୟୀ କହିଛନ୍ତି। ଏହି ସମୟରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଭୁବନେଶ୍ବର ଆଇଗିଣିଆ ଆଳୁ ଗୋଦାମ ତଦାରଖ କରିଛନ୍ତି। 

ଏହି ସମୟରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ରାଜ୍ୟରେ ୭ଦିନ ପର୍ଯ୍ୟନ୍ତ ଆଳୁ ଗଚ୍ଛିତ ହୋଇ ରହିଛି। ଏବେ ଆଳୁ ୨୦ରୁ ୨୨ ଟଙ୍କାରେ କିଣାଯାଉଛି। ବ୍ୟବସାୟୀ ୫ରୁ ୭ଟଙ୍କା ଲାଭ ରଖି ବିକିବା କଥା। ହେଲେ ୪୫ରୁ ୫୦ ଟଙ୍କାରେ କାହିଁକି ବିକ୍ରି ହେଉଛି ତାହା ସମୀକ୍ଷା କରାଯାଉଛି। ଶୀତଳଭଣ୍ଡାରରେ ଆଳୁ ରଖି କଳାବଜାରୀ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି। 

ଅନ୍ୟପଟେ ଗୁରୁବାର ହଠାତ୍‌ ଆଳୁ କିଲୋ ପିଛା ଦର ୬୦ ଛୁଇଁଛି। ପୂର୍ବରୁ କେବେବି ବର୍ଷା ଋତୁରେ ଆଳୁ ଦର ବୃଦ୍ଧି ପାଇବା ଦେଖାଯାଇନଥିଲା । କିନ୍ତୁ ଚଳିତବର୍ଷ ଏହା ଖାଉଟିଙ୍କ ଚିନ୍ତାର କାରଣ ପାଲଟିଛି। ପଶ୍ଚିମବଙ୍ଗରୁ ହଠାତ୍ ଆମଦାନୀ ବନ୍ଦ ହୋଇଥିବାରୁ କଟକ ମାଲଗୋଦାମ, ଛତ୍ରବଜାର ଓ ଭୁବନେଶ୍ବର କୁବେରପୁରୀର ଆଳୁ ଗଦି ଖାଲି ହୋଇଯାଇଛି। ଖୁଚୁରା ବଜାରରେ ଯେତିକି ଆଳୁ ମହଜୁଦ ଅଛି ତାହା ସମୁଦ୍ରକୁ ଶଙ୍ଖେ। ଏଥିପାଇଁ ଦୁଇ ଦିନ ହେଲା ଆଳୁ ଦର ବୃଦ୍ଧି ପାଇଛି ବୋଲି କିଛି ବ୍ୟବସାୟୀ ପ୍ରକାଶ କରିଛନ୍ତି। ଦୁଇ ଦିନ ମଧ୍ୟରେ ଓଡିଶାକୁ ଆଳୁ ଆମଦାନୀ ନ ହେଲେ ପରିସ୍ଥିତି ଭୟଙ୍କର ହେବ ବୋଲି ଆଶଙ୍କା କରାଯାଉଛି। 

Read More
{}{}