Home >>Odisha State

ଖୋଲିଲା ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍

Hirakud Dam: ପରମ୍ପରା ଅନୁଯାୟୀ ସବୁ ବର୍ଷ ଭଳି ଏବର୍ଷ ମଧ୍ୟ ପ୍ରଥମେ ବାମ ପାର୍ଶ୍ବର ୭ ନମ୍ବର ଗେଟ୍‌ ଖୋଲାଯାଇଥିଲା।

Advertisement
ଖୋଲିଲା ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍
Zee Odisha Desk|Updated: Aug 04, 2024, 02:09 PM IST
Share

ସମ୍ବଲପୁର: ଆଜି ହୀରାକୁଦ୍ ଡ୍ୟାମର ଆଉ ୪ଟି ଗେଟ୍ ଖୋଲିଛି। ଏବେ ହୀରାକୁଦରୁ ମୋଟ୍ ୧୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିବା ଜଣାପଡ଼ିଛି। 

ଅନ୍ୟପଟେ ଗତ ରବିବାର ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ କରାଯାଇଥିଲା। ପରମ୍ପରା ଅନୁଯାୟୀ ସବୁ ବର୍ଷ ଭଳି ଏବର୍ଷ ମଧ୍ୟ ପ୍ରଥମେ ବାମ ପାର୍ଶ୍ବର ୭ ନମ୍ବର ଗେଟ୍‌ ଖୋଲାଯାଇଥିଲା। ତାପରେ ତାକୁ ମିଶାଇ ବାମ ପାର୍ଶ୍ବର ୫ଟି ଓ ଡାହାଣ ପାର୍ଶ୍ବର ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଥିଲା। ତାପରେ ବାମ ପାର୍ଶ୍ବର ୯ଟି ଓ ଡାହାଣ ପାର୍ଶ୍ବର ୪ଟି ଗେଟ୍‌ ଖୋଲାଯାଇଛି। ରବିବାର ସନ୍ଧ୍ୟା ସୁଦ୍ଧା ମୋଟ ୨୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଥିବା ହୀରାକୁଦ ଜଳଭଣ୍ଡାର ମୁଖ୍ୟଯନ୍ତ୍ରୀ ସୁଶୀଲ ବେହେରା ସୂଚନା ଦେଇଥିଲେ। 

Read More
{}{}