Hindi News >>Home >>Odisha State

Odisha News: ଜିଲ୍ଲାସ୍ତରୀୟ ୭୮ ତମ ସ୍ୱାଧୀନତା ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ

Odisha News: ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହ ରେ ଜିଲ୍ଲାସ୍ତରୀୟ ୭୮ ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ସମ୍ବିତ୍ କୁମାର ରାଉତ ଅଧକ୍ଷତା କରି ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ କୁ ସରସ ସୁନ୍ଦର ଭାବେ ପାଳନ କରିବାକୁ ସମସ୍ତଙ୍କ ସହଯୋଗ କାମନା କରି ବିଭିନ୍ନ ପ୍ରସ୍ତାବ ଉପରେ ବିସ୍ତୃତ ଆଲୋଚନା କରିଥିଲେ।

Advertisement
Odisha News: ଜିଲ୍ଲାସ୍ତରୀୟ ୭୮ ତମ ସ୍ୱାଧୀନତା ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ
Narayan Behera|Updated: Jul 26, 2024, 12:10 PM IST
Share

Odisha News: ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହ ରେ ଜିଲ୍ଲାସ୍ତରୀୟ ୭୮ ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ସମ୍ବିତ୍ କୁମାର ରାଉତ ଅଧକ୍ଷତା କରି ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ କୁ ସରସ ସୁନ୍ଦର ଭାବେ ପାଳନ କରିବାକୁ ସମସ୍ତଙ୍କ ସହଯୋଗ କାମନା କରି ବିଭିନ୍ନ ପ୍ରସ୍ତାବ ଉପରେ ବିସ୍ତୃତ ଆଲୋଚନା କରିଥିଲେ।

ସ୍ୱାଧୀନତା ଦିବସ ପାଳନ ଅବସରରେ ସମସ୍ତ ସରକାରୀ କାର୍ଯ୍ୟାଳୟ ଗୁଡ଼ିକୁ ବିଭିନ୍ନ ଆଲୋକରେ ସଜେଇବା ସହିତ ବିଭିନ୍ନ ବିଭାଗ ଓ ପାରାଦ୍ବୀପ ର ପ୍ରମୁଖ ଶିଳ୍ପ ସଂସ୍ଥାମାନଙ୍କ ଦ୍ୱାରା ପ୍ରଜ୍ଞାପନ ମେଢ଼ ପ୍ୟାରେଡ୍ ସମୟରେ ପ୍ରଦର୍ଶିତ କରାଯିବା ପାଇଁ ଏକ ବିସ୍ତୃତ ଆଲୋଚନା କରାଯାଇଛି। ଜେଲର ଅନ୍ତେବାସୀ ଓ ମୁଖ୍ୟ ଚିକିତ୍ସାଳୟର ରୋଗୀମାନଙ୍କୁ ସ୍ୱାଧୀନତା ଦିବସ ରେ ମୁଖ୍ୟ ଅତିଥିଙ୍କ ଦ୍ଵାରା ଫଳ ବଣ୍ଟନ କରାଯିବା ସହିତ ପ୍ୟାରେଡ ପରେ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ୍ ପରିସରରେ ଏକ ବୃ୍କ୍ଷରୋପଣ କାର୍ଯ୍ୟକ୍ରମ କରାଯିବ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହି ବୈଠକରେ ପୌରପରିଷଦ ର ଅଧ୍ୟକ୍ଷା ଅର୍ଚ୍ଚନା ସିଂ,ଜିଲ୍ଲା ପରିଷଦ ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ରବି ନାରାୟଣ ଜେଠୀ, ଉପ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ଡ଼ିଏସପି, ଡି.ଆଇ.ବି ସତ୍ୟବ୍ରତ ଦାସ , ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ରଶ୍ମିରଂଜନ ସାହୁ,ସଂରକ୍ଷିତ ଆରକ୍ଷୀ ନିରୀକ୍ଷକ ଉମାକାନ୍ତ ବେହେରା,ଜିଲ୍ଲା ସଂସ୍କୃତି ଅଧିକାରୀ ଦିଲ୍ଲୀପ କୁମାର ଜେନା,ପୌର ପରିଷଦ ନିର୍ବାହୀ ଅଧିକାରୀ କଳ୍ପିତା କୁମାରୀ ଜେନା,ଜିଲ୍ଲା କ୍ରୀଡା ଅଧିକାରୀ ବିଶ୍ଵ ବିଜୟିନୀ ପଟ୍ଟନାୟକ, ଜିଲ୍ଲାସ୍ତରୀୟ ଅଧିକାରୀ,କ୍ଷେତ୍ରୀୟ ଅଧିକାରୀ, ସହରର ମାନ୍ଯଗଣ୍ଯ ବ୍ୟକ୍ତି ,ବୁଦ୍ଧିଜୀବୀ, ଶିକ୍ଷକ ଶିକ୍ଷୟତ୍ରୀ,ଗଣମାଧ୍ୟମ ପ୍ରତିନିଧି, ଆଇନଜୀବି ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ପ୍ରାରମ୍ଭରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାମିନୀ ରଞ୍ଜନ ପଟ୍ଟନାୟକ ଜିଲ୍ଲାପାଳଙ୍କ ଆଦେଶ ମତେ କାର୍ଯ୍ୟସୂଚୀ ଅନୁଯାୟୀ ଆଲୋଚନା କରିଥିଲେ।

Read More
{}{}