Home >>Odisha State

ଆଜି ବସିବ ଛତିଶା ନିଯୋଗ ବୈଠକ; ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ପାଇଁ ଧାର୍ଯ୍ୟ ହୋଇପାରେ ତାରିଖ

chatisha meeting: ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ତେବେ ଆସନ୍ତା ୧୬ତାରିଖଠାରୁ ଶ୍ରୀଜୀଉଙ୍କ ପହିଲି ଭୋଗ ନୀତି ଆରମ୍ଭ ହେଉଥିବାରୁ ସେନେଇ ନୀତି ନିର୍ଘଣ୍ଟ ଉପରେ ବୈଠକରେ ଆଲୋଚନା ହେବ। ରତ୍ନଭଣ୍ଡାର ମରାମତି କେଉଁ ସମୟରେ ଏବଂ କେତେ ସମୟ କରାଯିବ ସେନେଇ ବୈଠକରେ ନିଷ୍ପତ୍ତି ନିଆଯିବ। 

Advertisement
ଆଜି ବସିବ ଛତିଶା ନିଯୋଗ ବୈଠକ; ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ପାଇଁ ଧାର୍ଯ୍ୟ ହୋଇପାରେ ତାରିଖ
Zee Odisha Desk|Updated: Dec 10, 2024, 09:52 AM IST
Share

ପୁରୀ: ଆଜି ଶ୍ରୀମନ୍ଦିର ଛତିଶାନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧକ୍ଷତାରେ ବସିବ ଏହି ବୈଠକ। ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦିଗ ଉପରେ ଆଲୋଚନା ହେବ। ଆସନ୍ତା ୧୬ ରୁ ଆରମ୍ଭ ହୋଇପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ। ଏନେଇ ଛତିଶା ନିଯୋଗ ବୈଠକରେ ଧାର୍ଯ୍ୟ ହେବ ତାରିଖ। ରତ୍ନଭଣ୍ଡାର ମରାମତି ନେଇ ସ୍ୱତନ୍ତ୍ର ନୀତିନିର୍ଘଣ୍ଟ ପ୍ରସ୍ତୁତ କରାଯିବା ସହ କେତେ ସମୟ ଏଏସଆଇ ରତ୍ନଭଣ୍ଡାର ମରାମତି କରିବ ସେନେଇ ବୈଠକରେ ନିଷ୍ପତ୍ତି ନିଆଯିବ। ଏହା ସହ ଆସନ୍ତାବର୍ଷ ଜାନୁୟାରୀ ୧୩ ତାରିଖରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବାକୁଥିବା ଦେବାଭିଷେକ ପୂର୍ଣ୍ଣିମା ନୀତିନିର୍ଘଣ୍ଟ ଉପରେ ମଧ୍ୟ ଆଲୋଚନା ହେବ। 

ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ତେବେ ଆସନ୍ତା ୧୬ତାରିଖଠାରୁ ଶ୍ରୀଜୀଉଙ୍କ ପହିଲି ଭୋଗ ନୀତି ଆରମ୍ଭ ହେଉଥିବାରୁ ସେନେଇ ନୀତି ନିର୍ଘଣ୍ଟ ଉପରେ ବୈଠକରେ ଆଲୋଚନା ହେବ। ରତ୍ନଭଣ୍ଡାର ମରାମତି କେଉଁ ସମୟରେ ଏବଂ କେତେ ସମୟ କରାଯିବ ସେନେଇ ବୈଠକରେ ନିଷ୍ପତ୍ତି ନିଆଯିବ। 

Read More
{}{}