Hindi News >>Home >>Odisha State

ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ୫ ଦିନିଆ ଦିଲ୍ଲୀ ଓ ରାଜସ୍ଥାନ ଗସ୍ତ

Chief ministers: ଗସ୍ତ ସମୟରେ ଦିଲ୍ଲୀରେ ଆୟୋଜିତ ୫୫ତମ ଜିଏସଟି ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହାସହ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ରମନ୍ତ୍ରୀ ଏବଂ ଶୀର୍ଷ ନେତୃତ୍ବଙ୍କୁ ଭେଟିବାର ମଧ୍ୟ କାର୍ଯ୍ୟକ୍ରମ ଥିବା ସୂଚନା ମିଳିଛି।

Advertisement
ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ୫ ଦିନିଆ ଦିଲ୍ଲୀ ଓ ରାଜସ୍ଥାନ ଗସ୍ତ
Zee Odisha Desk|Updated: Dec 19, 2024, 11:19 AM IST
Share

ଭୁବନେଶ୍ଵର: ଆଜିଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୫ ଦିନିଆ ଦିଲ୍ଲୀ ଏବଂ ରାଜସ୍ଥାନ ଗସ୍ତରେ ଯିବେ। ମୁଖ୍ୟମନ୍ତ୍ରୀ ଗୁରୁବାର ସନ୍ଧ୍ୟା ସାଢ଼େ ୫ଟାରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ। ମୁଖ୍ୟମନ୍ତ୍ରୀ ୧୯, ୨୦ ଓ ୨୧ ତାରିଖ ରାଜସ୍ଥାନରେ ରହିବାର କାର୍ଯ୍ୟକ୍ରମ ରହିଛି। ତେବେ ୨୧, ୨୨ ଓ ୨୩ ତାରିଖ ଦିଲ୍ଲୀରେ ରହିବେ ବୋଲି କୁହାଯାଉଛି। ୨୦ ତାରିଖରେ ଦିଲ୍ଲୀରୁ ରାଜସ୍ଥାନ ଯିବେ। ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ରାଜସ୍ଥାନରେ ପ୍ରାକ୍ ବଜେଟ୍ ପ୍ରସ୍ତୁତି ଆଲୋଚନାରେ ମୁଖ୍ୟମନ୍ତ୍ରୀ ଭାଗ ନେବେ।

ଗସ୍ତ ସମୟରେ ଦିଲ୍ଲୀରେ ଆୟୋଜିତ ୫୫ତମ ଜିଏସଟି ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହାସହ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ରମନ୍ତ୍ରୀ ଏବଂ ଶୀର୍ଷ ନେତୃତ୍ବଙ୍କୁ ଭେଟିବାର ମଧ୍ୟ କାର୍ଯ୍ୟକ୍ରମ ଥିବା ସୂଚନା ମିଳିଛି।

Read More
{}{}