Hindi News >>Home >>Odisha State

ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ପ୍ରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

Odisha CM: ମୁଖ୍ୟମନ୍ତ୍ରୀ ପଞ୍ଜିନିବେଶ ଉପରେ ଗୁରୁତ୍ବ ଦେଇଥିଲେ। ପୁଞ୍ଜିନିବେଶ ପାଇଁ ପ୍ରବାସୀ ଭାରତୀୟଙ୍କୁ ଅପିଲ୍‌ କରିଥିଲେ ମୁଖ୍ୟମନ୍ତ୍ରୀ। ଓଡ଼ିଶାର ବିକାଶ ଯାତ୍ରାରେ ସାମିଲ ହୁଅନ୍ତୁ। ବ୍ୟବସାୟ ପାଇଁ ଓଡ଼ିଶା ହେଉଛି ଉପଯୁକ୍ତ ସ୍ଥାନ। ରାଜ୍ୟ ସରକାର ସବୁ ପ୍ରକାଳ ସହଯୋଗ କରିବେ।

Advertisement
ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ପ୍ରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ
Zee Odisha Desk|Updated: Jan 09, 2025, 01:31 PM IST
Share

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ୧୮ ତମ ପ୍ରବାସୀ ଭାରତୀୟ ସମ୍ମିଳନୀ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ପ୍ରବାସୀ ଭାରତୀୟ ଏକ୍ସପ୍ରେସ୍‌ର ଶୁଭାରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ ସବୁଜ ପତାକା ଦେଖାଇ ଏହି ଏକ୍ସପ୍ରେସ୍‌ର ଶୁଭାରମ୍ଭ କରିଛନ୍ତି। ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କରିବା ସହ ପ୍ରବାସୀଙ୍କ ଉଦ୍ଦେଶ୍ୟରେ ନିଜର ଅଭିଭାଷଣ ରଖିଥିଲେ। ଜୟ ଜଗନ୍ନାଥରୁ ନିଜର ଭାଷଣ ଆରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। 

ମୁଖ୍ୟମନ୍ତ୍ରୀ ପଞ୍ଜିନିବେଶ ଉପରେ ଗୁରୁତ୍ବ ଦେଇଥିଲେ। ପୁଞ୍ଜିନିବେଶ ପାଇଁ ପ୍ରବାସୀ ଭାରତୀୟଙ୍କୁ ଅପିଲ୍‌ କରିଥିଲେ ମୁଖ୍ୟମନ୍ତ୍ରୀ। ଓଡ଼ିଶାର ବିକାଶ ଯାତ୍ରାରେ ସାମିଲ ହୁଅନ୍ତୁ। ବ୍ୟବସାୟ ପାଇଁ ଓଡ଼ିଶା ହେଉଛି ଉପଯୁକ୍ତ ସ୍ଥାନ। ରାଜ୍ୟ ସରକାର ସବୁ ପ୍ରକାଳ ସହଯୋଗ କରିବେ। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ବରେ ଓଡିଶା ଆଗକୁ ବଢୁଛି। ପ୍ରାକୃତିକ ସୌନ୍ଦର୍ଯ୍ୟର ଭୁରପୁର ଓଡ଼ିଶା । ଯାହା ଆପଣମାନଙ୍କୁ ପୁଞ୍ଜିନିବେଶରେ ପ୍ରଚୁର ସହଯୋଗ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। 

Read More
{}{}