Home >>Odisha State

Odisha News: ୩ଟି ଜିଲ୍ଲାର ୮ଟି ବ୍ଲକ ପ୍ରଭାବିତ,ବନ୍ୟାଞ୍ଚଳ ବୁଲି ଦେଖିବା ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା

Odisha News: ଲଗାଣବର୍ଷା ଯୋଗୁଁ କିଛି ଜିଲ୍ଲାରେ ବନ୍ୟାସ୍ଥିତି ଉପୁଜିଛି । ଜଳବନ୍ଧୀରେ ଏକାଧିକ ଗାଁ ରହିଛି। ଏନେଇ  ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିଥିଲେ । 

Advertisement
Odisha News: ୩ଟି ଜିଲ୍ଲାର ୮ଟି ବ୍ଲକ ପ୍ରଭାବିତ,ବନ୍ୟାଞ୍ଚଳ ବୁଲି ଦେଖିବା ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା
Narmada Behera|Updated: Jul 30, 2025, 03:28 PM IST
Share

Odisha News: ଲଗାଣବର୍ଷା ଯୋଗୁଁ କିଛି ଜିଲ୍ଲାରେ ବନ୍ୟାସ୍ଥିତି ଉପୁଜିଛି । ଜଳବନ୍ଧୀରେ ଏକାଧିକ ଗାଁ ରହିଛି। ଏନେଇ  ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିଥିଲେ । ବନ୍ୟାଞ୍ଚଳ ପରିଦର୍ଶନ କରିବା ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ଉଚ୍ଚ ଶିକ୍ଷା ମନ୍ତ୍ରୀ ଶ୍ରୀ ସୁରଜ ସୂର୍ଯ୍ୟବଂଶୀ ଏବଂ ସ୍ବତନ୍ତ୍ର ରିଲିଫ କମିଶନର ଡି . କେ ସିଂ , ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଉପସ୍ଥିତ ଥିଲେ। ସେ ବିଶେଷକରି, ୩ଟି ବନ୍ୟା ପ୍ରଭାବିତ ଜିଲ୍ଲା ବୁଲି ଦେଖିଥିଲେ । ଏହାପରେ ମୁଖ୍ୟମନ୍ତ୍ରୀ ବନ୍ୟା କ୍ଷୟକ୍ଷତି ନେଇ ରିପୋର୍ଟ ପ୍ରକାଶ କରିଛନ୍ତି । ୩ଟି ଜିଲ୍ଲାର ୮ଟି ବ୍ଲକ ବିଶେଷ ଭାବେ ପ୍ରଭାବିତ ହୋଇଥିବା ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ।

 

ବାଲେଶ୍ବର ଜିଲ୍ଲାର ୪ଟି ବ୍ଲକ ପ୍ରଭାବିତ ହୋଇଛି। ବସ୍ତା, ବାଲିଆପାଳ, ଭୋଗରାଇ, ଜଳେଶ୍ବର ପ୍ରଭାବିତ ହୋଇଛି। ଭଦ୍ରକ ଜିଲ୍ଲାର ଧାମନଗର ଓ ଭଣ୍ଡାରୀପୋଖରୀ ବ୍ଲକ୍‌ ପ୍ରଭାବିତ ହୋଇଛି। ଯାଜପୁର ଜିଲ୍ଲାର ଯାଜପୁର ଓ ଦଶରଥପୁର ବ୍ଲକ ପ୍ରଭାବିତ ହୋଇଥିବା ବେଳେ କେନ୍ଦୁଝର ଜିଲ୍ଲା ସେପରି ଭାବେ ପ୍ରଭାବିତ ହୋଇ ନାହିଁ।  ମୋଟ୍‌ ୮୧ଟି ଗାଁ,୩୦ ହଜାର ଲୋକେ କ୍ଷତି ସହିଛନ୍ତି। ବନ୍ୟାସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣ ଭିତରେ ରହିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ୧୦ ହଜାର ଲୋକଙ୍କୁ ଦୁଇ ବେଳା ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି। ଯେଉଁସବୁ ସ୍ଥାନରେ ଲୋକଙ୍କ ଘର କ୍ଷତି ହୋଇଛି କ୍ଷତିପୂରଣ ଦିଆଯିବ। ଜିରୋ କାଜୁଆଲିଟିକୁ ସରକାର ଗୁରୁତ୍ବ ଦେଉଛନ୍ତି ବୋଲି ସେ କହିଛନ୍ତି। 

 

Read More
{}{}