Home >>Odisha State

ହରିଆଣା ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଚଣ୍ଡିଗଡ ପରେ ମୁଖ୍ୟମନ୍ତ୍ରୀ ମୁମ୍ବାଇ ଗସ୍ତରେ ଯାଇ ୧୮ ତାରିଖ ଦିନ Indian Chemicals and Petrochemicals କ୍ଷେତ୍ରରେ ସମ୍ଭାବନା ସମ୍ବନ୍ଧିତ ଏକ ସମ୍ମିଳନୀରେ ଯୋଗ ଦେବେ।

Advertisement
ହରିଆଣା ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Soubhagya Ranjan Mishra|Updated: Oct 15, 2024, 07:07 PM IST
Share

ଭୁବନେଶ୍ୱର: ଆସନ୍ତା କାଲି ଠାରୁ ହରିଆଣା  ଓ ମୁମ୍ବାଇ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରଥମେ ୧୬ ତାରିଖ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ହରିଆଣା ଅଭିମୁଖେ ଗସ୍ତ କରି ୧୭ ତାରିଖ ଦିନ ଚଣ୍ଡିଗଡ ଠାରେ ନବ ଗଠିତ ହରିଆଣା ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ। ସେଦିନ ଅପରାହ୍ନରେ ଚଣ୍ଡିଗଡ ଠାରେ ଏନ୍.ଡି.ଏ. ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ଯୋଗଦେବେ। 

ଚଣ୍ଡିଗଡ ପରେ ମୁଖ୍ୟମନ୍ତ୍ରୀ ମୁମ୍ବାଇ ଗସ୍ତରେ ଯାଇ ୧୮ ତାରିଖ ଦିନ Indian Chemicals and Petrochemicals କ୍ଷେତ୍ରରେ ସମ୍ଭାବନା ସମ୍ବନ୍ଧିତ ଏକ ସମ୍ମିଳନୀରେ ଯୋଗ ଦେବେ। ୧୮ ତାରିଖ ଅପରାହ୍ନରେ ଓ ୧୯ ତାରିଖ ସକାଳେ ସେ ମୁମ୍ବାଇର ହୋଟେଲ Oberoi ଠାରେ ଆଗାମୀ ‘Make In Odisha’ ପାଇଁ ‘ନିବେଶକ ସମ୍ମିଳନୀ’ରେ ଯୋଗଦେବେ। ୧୯ ତାରିଖ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିଆସିବେ।

Also Read- ଅବସରପ୍ରାପ୍ତ SBI କର୍ମଚାରୀଙ୍କ ସଫଳତା, NEET ପାସ୍ କରି ଅନ୍ୟପାଇଁ ସାଜିଲେ ଉଦାହରଣ

Also Read- ସେନାରେ ଯୋଗ ଦେବା ପାଇଁ ସୁବର୍ଣ୍ଣ ସୁଯୋଗ, ପୁରୀରେ ହେବ ନିଯୁକ୍ତି ଶିବିର

Read More
{}{}