Naveen Patnaik: ନବମ ଥର ପାଇଁ ବିଜେଡିର ସଭାପତି ହେଲେ ନବୀନ ପଟ୍ଟନାୟକ। ସେ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଭରିଥିଲେ । ଆଜି ଘୋଷଣା ହୋଇଛି ବିଜେଡିର ନୂଆ ସଭାପତିଙ୍କ ନାଁ । ନବୀନ ପଟ୍ଟନାୟକ ପୁଣି ସଭାପତି ଭାବେ ଦଳୀୟ ସଂଗଠନିକ ନିର୍ବାଚନରେ ନିର୍ବାଚିତ ହୋଇଛନ୍ତି । ନବୀନଙ୍କ ହାତରେ ରହିବ ବିଜୁ ଜନତା ଦଳର କମାଣ୍ଡ । ଏ-ନେଇ ନବୀନ ସଭାପତି ହେବା ପରେ ଦଳୀୟ ନେତା ଓ କର୍ମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସଭାପତି ହେବା ପରେ ନବୀନ ନିଜର ନୂଆ ଟିମ ଗଢିବେ । ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ନବୀନ ପଟ୍ଟନାୟକ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଛନ୍ତି। ଶଙ୍ଖ ଭବନରେ ଏହି କାର୍ଯ୍ୟକ୍ରମ ଆୟୋଜନ ହୋଇଥିବା ବେଳେ ଅନେକ ବିଜେଡି ନେତା ଓ କର୍ମୀ ଏଥିରେ ଯୋଗ ଦେଇଥିଲେ।