Odisha Bandh: ଭୁବନେଶ୍ୱର: ବାଲେଶ୍ୱର ଫକିର ମୋହନ କଲେଜରେ ଆତ୍ମାହୁତି ଘଟଣାରେ ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି । ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ। କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି। ସ୍କୁଲ, କଲେଜ, ଦୋକାନ ବଜାର ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ବନ୍ଦ ରହିବ ଗାଡ଼ି ମୋଟର ଚଳାଚଳ। ଶାନ୍ତିପୂର୍ଣ୍ଣ ଭାବରେ ବନ୍ଦ ପାଳନ କରିବାକୁ ଘୋଷଣା କରିଛି କଂଗ୍ରେସ। ଓଡ଼ିଶା ବନ୍ଦକୁ ସଫଳ କରିବା ପାଇଁ ସମସ୍ତଙ୍କୁ ଅପିଲ୍ କରିଛନ୍ତି ୭ଟି ରାଜନୈତିକ ଦଳ। ଏନେଇ ମିଳିତ ବିରୋଧୀ ଦଳ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି।
ସେପଟେ ଏହି ଘଟଣାକୁ ନେଇ ରାଜନୀତି ତେଜିବାରେ ଲାଗିଛି। ଏହି ଘଟଣା ଲୋକସଭାରେ ବିରୋଧି ଦଳ ନେତା ରାହୁଲ ଗାନ୍ଧୀ ନିନ୍ଦା କରିଛନ୍ତି। ସୌମ୍ୟାଶ୍ରୀଙ୍କୁ ହତ୍ୟା କରାଯାଇଥିବା ନେଇ ସେ କହିଛନ୍ତି। ଟ୍ୱିଟ କରି କହିଛନ୍ତି କି ଓଡ଼ିଶାରେ ନ୍ୟାୟ ପାଇଁ ଲଢ଼ୁଥିବା ଝିଅର ମୃତ୍ୟୁ ବିଜେପି ବ୍ୟବସ୍ଥା ଦ୍ୱାରା ଏକ ସିଧାସଳଖ ହତ୍ୟା । ସେହି ସାହସୀ ଛାତ୍ରୀ ଯୌନ ଶୋଷଣ ବିରୁଦ୍ଧରେ ସ୍ୱର ଉଠାଇଥିଲେ । କିନ୍ତୁ ନ୍ୟାୟ ବଦଳରେ ତାଙ୍କୁ ବାରମ୍ବାର ଧମକ, ହଇରାଣ, ଅପମାନିତ କରାଯାଇଥିଲା । ଯେଉଁମାନେ ତାଙ୍କୁ ସୁରକ୍ଷା ଦେବା କଥା, ସେମାନେ ତାଙ୍କୁ ଭାଙ୍ଗି ଚାଲିଥିଲେ । ପ୍ରତ୍ୟେକ ଥର ପରି, ବିଜେପି ବ୍ୟବସ୍ଥା ଅଭିଯୁକ୍ତଙ୍କୁ ସୁରକ୍ଷା ଦେଇ ଚାଲିଥିଲା ଏବଂ ଏକ ନିର୍ଦ୍ଦୋଷ ଝିଅକୁ ନିଜକୁ ଜାଳି ଦେବାକୁ ବାଧ୍ୟ କରିଥିଲା । ଏହା ଆତ୍ମହତ୍ୟା ନୁହେଁ, ଏହା ବ୍ୟବସ୍ଥା ଦ୍ୱାରା ଏକ ସଂଗଠିତ ହତ୍ୟା ।
ओडिशा में इंसाफ़ के लिए लड़ती एक बेटी की मौत, सीधे-सीधे BJP के सिस्टम द्वारा की गई हत्या है।
उस बहादुर छात्रा ने यौन शोषण के ख़िलाफ़ आवाज़ उठाई - लेकिन न्याय देने के बजाय, उसे धमकाया गया, प्रताड़ित किया गया, बार-बार अपमानित किया गया।
जिन्हें उसकी रक्षा करनी थी, वही उसे तोड़ते…
— Rahul Gandhi (@RahulGandhi) July 15, 2025
ସେହିପରି ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଖବରକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ । ଏନେଇ ଏକ୍ସ ରେ ପୋଷ୍ଟ କରି ସେ ଲେଖିଛନ୍ତି ଯେ, ଛାତ୍ରୀଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଗଭୀର ମର୍ମାହତ । ଏହା କେବଳ ଏକ ଦୁଃଖଦ ଘଟଣା ନୁହେଁ, ଆମ କ୍ୟାମ୍ପସକୁ… ସୁରକ୍ଷିତ ରଖିବାକୁ ଜରୁରୀ ଆବଶ୍ୟକତା ବୋଲି ମନେ ପକାଉଛି ଆଇନ କଡ଼ା ପଦକ୍ଷେପ ନେବ, ସଂପୃକ୍ତ ବ୍ୟକ୍ତିଙ୍କୁ ଦଣ୍ଡ ମିଳିବ ଏବଂ ପୀଡିତାଙ୍କ ପରିବାରକୁ ନ୍ୟାୟ ମିଳିବ ବୋଲି କହିଛନ୍ତି ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ।