Hindi News >>Home >>Odisha State

Makara Sankranti: ଆଜି ପବିତ୍ର ମକର ସଂକ୍ରାନ୍ତି, ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ

ବିଶ୍ବାସ ରହିଛି ବନ୍ଧ୍ୟା ନାରୀ ମହାଦେବଙ୍କ ପାଖରେ ଗୁହାରି ପଡ଼ି ମାନସିକ କୁଣ୍ଡରେ ଗାଧୋଇ ଗୁଆ ପାଇଲେ ପୁତ୍ରସନ୍ତାନ ଲାଭ କରନ୍ତି। ପୀଠରେ ମକର ସଂକ୍ରାନ୍ତିଠାରୁ ମାଘ ସପ୍ତମୀ ପର୍ଯ୍ୟନ୍ତ ମେଳା ଚାଲିବ।

Advertisement
Makara Sankranti: ଆଜି ପବିତ୍ର ମକର ସଂକ୍ରାନ୍ତି, ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ
Zee Odisha Desk|Updated: Jan 15, 2024, 09:07 AM IST
Share

Makara Sankranti: ଭୁବନେଶ୍ୱର: ଆଜି ହେଉଛି ପବିତ୍ର ମକର ସଂକ୍ରାନ୍ତି। ମକର ସଂକ୍ରାନ୍ତି ହେଉଛି ଓଡ଼ିଆ ତଥା ହିନ୍ଦୁଙ୍କର ଏକ ବଡ଼ ପର୍ବ। କେବଳ ଓଡ଼ିଶାରେ ନୁହେଁ, ଭାରତ ବର୍ଷର ଅନ୍ୟାନ୍ୟ ରାଜ୍ୟମାନଙ୍କରେ ଭିନ୍ନ ଭିନ୍ନ ନାଁରେ ଏହାକୁ ପାଳନ କରାଯାଇଥାଏ। ଓଡ଼ିଶାରେ ବିଶେଷ କରୁଥିବା ଆଦିବାସୀବହୁଳ ଅଞ୍ଚଳ, ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଓଡ଼ିଶାରେ ଏହା ବଡ଼ ଧୂମଧଆମରେ ପାଳନ କରାଯାଇଥାଏ। ମକରର ପର୍ବ ଦିନକୁ ବାହୁଣ୍ଡି ବୋଲି ଉତ୍ତର ଓଡ଼ିଶାରେ କହିଥାନ୍ତି। ସେହିପରି ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଏହିପର୍ବକୁ ସପ୍ତାହେ ବ୍ୟାପି ପାଳନ କରାଯାଇଥାଏ। 

ସେପଟେ ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି। ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ। ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ। ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି। ଏହି ଦିନଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ।

ସେପଟେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ବତନ୍ତ୍ର ନୀତିକାନ୍ତି। ଶ୍ରୀଜିଉଙ୍କ ମଙ୍ଗଳ ଆଳତି ଓ ଅବକାଶ ନୀତି ବଢ଼ିବା ପରେ ଶ୍ରୀଜିଉମାନଙ୍କର ପଟା ପହରଣ ଲାଗି କରାଯିବା ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହୋଇଥାଏ। ଏପଟେ ଚଳଚଞ୍ଚଳ ହୋଇଉଠିଛି ଖୋର୍ଦ୍ଧା ଅଟ୍ରିର ହଟକେଶ୍ବର ପୀଠ। ବିଶ୍ବାସ ରହିଛି ବନ୍ଧ୍ୟା ନାରୀ ମହାଦେବଙ୍କ ପାଖରେ ଗୁହାରି ପଡ଼ି ମାନସିକ କୁଣ୍ଡରେ ଗାଧୋଇ ଗୁଆ ପାଇଲେ ପୁତ୍ରସନ୍ତାନ ଲାଭ କରନ୍ତି। ପୀଠରେ ମକର ସଂକ୍ରାନ୍ତିଠାରୁ ମାଘ ସପ୍ତମୀ ପର୍ଯ୍ୟନ୍ତ ମେଳା ଚାଲିବ।

Read More
{}{}