Hindi News >>Home >>Odisha State

Odisha News: ନବରଙ୍ଗପୁରବାସୀଙ୍କୁ ନବୀନଙ୍କ ଭେଟି, ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ଅଧିନରେ....

Odisha News: ନୂଆବର୍ଷ ପୂର୍ବରୁ ନବରଙ୍ଗପୁରବାସୀଙ୍କୁ ଭେଟି ଦେବେ ନବୀନ। ଆଜି ପାର୍ବତୀ ଗିରି (parvatigiri scheme) ବୃହତ ଉଠା ଜଳସେଚନ ପ୍ରକଳ୍ପ ଯୋଜନା ଅଧିନରେ ୧୨୭୨ କୋଟି ବ୍ୟୟରେ ୧୧ ଟି ଉଠା ଜଳସେଚନ ପ୍ରକଳ୍ପ ଏବଂ ୫୭୭ କୋଟି ଟଙ୍କା ବ୍ୟୟରେ ତୁରୀ-ଗୁନ୍ତାତ୍ ଜଳସେଚନ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (CM Naveen patnaik)। 

Advertisement
ସୌଜନ୍ୟ- ସୋସିଆଲ ମିଡି଼ଆ
ସୌଜନ୍ୟ- ସୋସିଆଲ ମିଡି଼ଆ
Zee Odisha Desk|Updated: Dec 30, 2023, 12:16 PM IST
Share

Odisha News: ନୂଆବର୍ଷ ପୂର୍ବରୁ ନବରଙ୍ଗପୁରବାସୀଙ୍କୁ ଭେଟି ଦେବେ ନବୀନ। ଆଜି ପାର୍ବତୀ ଗିରି (parvatigiri scheme) ବୃହତ ଉଠା ଜଳସେଚନ ପ୍ରକଳ୍ପ ଯୋଜନା ଅଧିନରେ ୧୨୭୨ କୋଟି ବ୍ୟୟରେ ୧୧ ଟି ଉଠା ଜଳସେଚନ ପ୍ରକଳ୍ପ ଏବଂ ୫୭୭ କୋଟି ଟଙ୍କା ବ୍ୟୟରେ ତୁରୀ-ଗୁନ୍ତାତ୍ ଜଳସେଚନ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (CM Naveen patnaik)। ଅପରାହ୍ନ  ୪ଟା ୩୦ ମିନିଟ୍ ସମୟରେ ଭିସି ଯୋଗେ ମୁଖ୍ୟମନ୍ତ୍ରୀ ଏହାର ଶୁଭାରମ୍ଭ କରିବେ । 

 

ନିକଟରେ ଅର୍ଥାତ୍ ଡିସେମ୍ବର ୧୬ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (CM Naveen patnaik) ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ରମରେ ରାଜ୍ୟର ୧୩ଟି ଜିଲ୍ଲାରେ ୫୯ଟି ମେଗା ଲିଫ୍ଟ ପ୍ରକଳ୍ପ ଉଦ୍‌ଘାଟନ କରିଥିଲେ। ଏହା ଦ୍ୱାରା ୮୦ ହଜାର ହେକ୍ଟର ଢିପ ଜମିକୁ ଜଳସେଚନର ସୁବିଧା ମିଳି ପାରିଛି। ଏଥିପାଇଁ ୨,୫୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହା ସହିତ ମୁଖ୍ୟମନ୍ତ୍ରୀ ୩୩ଟି ମେଗା ଲିଫ୍ଟ ପ୍ରକଳ୍ପ ପାଇଁ ଭିତ୍ତିସ୍ଥାପନ ମଧ୍ୟ କରିଛନ୍ତି। ଏ ସବୁ ପ୍ରକଳ୍ପ ସମ୍ପୂର୍ଣ୍ଣ ହେବା ପରେ ୯ଟି ଜିଲ୍ଲାର ୫୦ ହଜାର ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିପାରିବ। 

ସୂଚନାଯୋଗ୍ୟ, ୨୦୧୧ ମସିହାରେ ରାଜ୍ୟରେ ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ଆରମ୍ଭ ହୋଇଥିଲା। ଏଥିରେ ୨୦୮ଟି ପ୍ରକଳ୍ପ ସଫଳତାର ସହ ଶେଷ ହୋଇଛି ଏବଂ ଏହା ଦ୍ୱାରା ୨,୬୪,୩୩୦ ହେକ୍ଟର ଚାଷ ଜମିକୁ ଜଳସେଚନର ସୁବିଧା ମିଳିଛି। ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ  ୧୭୦ଟି ପ୍ରକଳ୍ପ ହାତକୁ ନିଆଯାଇଛି। ଏହା ଦ୍ୱାରା ୧,୧୩,୫୪୦ ହେକ୍ଟର ଜମି ଜଳସେଚିତ ହୋଇପାରିବ। 

 

Read More
{}{}