Home >>Odisha State

CMO Odisha: ଗ୍ରାମ୍ୟ ସାଧନ କର୍ମୀଙ୍କ ଦୈନିକ ପାରିଶ୍ରମିକ ବୃଦ୍ଧି କଲେ ରାଜ୍ୟ ସରକାର

Village Resource Persons Odisha: ରାଜ୍ୟରେ ଗ୍ରାମ୍ୟ ସାଧନ କର୍ମୀଙ୍କ ପାରିଶ୍ରମିକ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି ଓଡ଼ିଶା ସରକାର।

Advertisement
CMO Odisha: ଗ୍ରାମ୍ୟ ସାଧନ କର୍ମୀଙ୍କ ଦୈନିକ ପାରିଶ୍ରମିକ ବୃଦ୍ଧି କଲେ ରାଜ୍ୟ ସରକାର
Zee Odisha Desk|Updated: Mar 15, 2024, 12:23 AM IST
Share

Odisha Govt Increased Daily Wages of Village Resource Persons: ମାର୍ଚ୍ଚ ୧୩ ତାରିଖ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସମସ୍ତ ଗ୍ରାମ୍ୟ ସାଧନ କର୍ମୀଙ୍କ ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି। ଏନେଇ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ ସେମାନଙ୍କ ଦୈନିକ କାର୍ଯ୍ୟ ଦିବସର ପାରିଶ୍ରମିକ ୩୦୦ ଟଙ୍କାରୁ ୪୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଏହା ସହିତ ଯାତାୟତ ଖର୍ଚ୍ଚ ବାବଦରେ ମଧ୍ୟ ଅତିରିକ୍ତ ୧୦୦ ଟଙ୍କା ମିଳିବ।  ପାଇବେ। ପାରିଶ୍ରମିକ ବୃଦ୍ଧି ପରେ ମୋଟ ୫୦୦ ଟଙ୍କା ପାଇବେ ଗ୍ରାମ୍ୟ ସାଧନ କର୍ମୀ।

ଓଡ଼ିଶା ସରକାରଙ୍କ ଉପରୋକ୍ତ ନିଷ୍ପତ୍ତି ଦ୍ବାରା ରାଜ୍ୟର ୧୦ ହଜାର ଗ୍ରାମ୍ୟ ସାଧନ କର୍ମୀ ଉପକୃତ ହେବେ। ଏନେଇ ରାଜ୍ୟ ସରକାର ୨.୮୮ କୋଟି ଟଙ୍କା ଅତିରିକ୍ତ ଖର୍ଚ୍ଚ ବହନ କରିବେ। ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ସାଧନ କର୍ମୀଙ୍କ ପକ୍ଷରୁ ଏନେଇ ପ୍ରସ୍ତାବ ଆସିଥିଲା। ଏ ସମ୍ପର୍କରେ ଅବଗତ ହେବା ପରେ ମୁଖ୍ୟମନ୍ତ୍ରୀ ସେମାନଙ୍କ ପାରିଶ୍ରମିକ ବୃଦ୍ଧି ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। 

ରାଜ୍ୟ ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗର "ଓଡିଶା ସାମାଜିକ ସମୀକ୍ଷା, ଉତ୍ତର ଦାୟିତ୍ବ ଏବଂ ସ୍ବଚ୍ଛତା ସମିତି" ଅଧିନରେ କାମ କରୁଥିବା ସାଧନ କର୍ମୀ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଯଥା ମନରେଗା, ପକ୍କା ଘର, ଖାଦ୍ୟ ସୁରକ୍ଷା, ମଧ୍ୟାହ୍ନ ଭୋଜନ ଭଳି ଅନେକ କାର୍ଯ୍ୟକ୍ରମର ସାମାଜିକ ସମୀକ୍ଷା କରି ସ୍ବଚ୍ଛତା ରକ୍ଷା କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି। ଯେଉଁଥିରେ ମିଶନ ଶକ୍ତି ମାଆ ବହୁ ସଂଖ୍ୟାରେ ନିୟୋଜିତ ଅଛନ୍ତି। 

Read More
{}{}