Hindi News >>Home >>Odisha State

ଜାତୀୟ ଖୋ ଖୋ ଟିମକୁ ୩ ବର୍ଷ ପାଇଁ ସ୍ପନସର୍ କରିବେ ମୋହନ ସରକାର

Mohan govt: ଓଡି଼ଶା ଖଣି ନିଗମ ପକ୍ଷରୁ ଏହି ଅର୍ଥ ପ୍ରଦାନ କରାଯିବ।  ଏହାଦ୍ୱାରା ଭାରତୀୟ ଖୋ ଖୋ ଖେଳାଳୀ ପ୍ରୋତ୍ସାହନ ପାଇବା ସହିତ ଓଡିଶା ମଧ୍ୟ ଜାତୀୟ ଓ ଅନ୍ତର୍ଜାତୀୟ  ଖେଳରେ ବ୍ରାଣ୍ଡିଂ ଜରିଆରେ ବିଶ୍ୱସ୍ତରରେ ରାଜ୍ୟର ଛବିକୁ ଉଜ୍ଜଳ କରିପାରିବ ।  

Advertisement
Mohan govt to sponsor national Kho Kho team  for 3 years
Mohan govt to sponsor national Kho Kho team for 3 years
Jagdish Barik|Updated: Jan 03, 2025, 10:14 PM IST
Share

ଭୁବନେଶ୍ୱର: ଦେଶର ‘ଖୋ ଖୋ’ ଖେଳ ପାଇଁ ଆସିଛି ଏକ ସୁବର୍ଣ୍ଣ ସମୟ। ଓଡି଼ଶା  ସରକାର ଏହି ଖେଳକୁ ଯୋଗାଇ ଦେବେ ପ୍ରୋତ୍ସାହନ। ପୂର୍ବରୁ ଜାତୀୟ ହକି ଖେଳକୁ ଓଡିଶା  ସ୍ପନସର୍ କରିଥିବା ବେଳେ,ଏବେ  ଖୋ ଖୋ ଖେଳକୁ ପ୍ରୋତ୍ସାହନ ଦେବାକୁ ଆଗେଇ ଆସିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟ ସରକାର  ‘ଖୋ ଖୋ’ ଖେଳର ଜାତୀୟ ଟିମକୁ ଆଗାମୀ ୩ ବର୍ଷ ପାଇଁ ସ୍ପନସର କରିବେ । ଏହି ସ୍ପନସରସିପ ର ଅବଧି ୨୦୨୫ ଜାନୁଆରୀରୁ ୨୦୨୭ ଡିସେମ୍ବର ପର୍ଯ୍ୟନ୍ତ ରହିବ। ଏଥିପାଇଁ ବର୍ଷକୁ ୫ କୋଟି ଟଙ୍କା ଲେଖାଏଁ ସମୁଦାୟ ୧୫ କୋଟି ଟଙ୍କା  ଖର୍ଚ୍ଚ ହେବ।

ଓଡି଼ଶା ଖଣି ନିଗମ ପକ୍ଷରୁ ଏହି ଅର୍ଥ ପ୍ରଦାନ କରାଯିବ।  ଏହାଦ୍ୱାରା ଭାରତୀୟ ଖୋ ଖୋ ଖେଳାଳୀ ପ୍ରୋତ୍ସାହନ ପାଇବା ସହିତ ଓଡିଶା ମଧ୍ୟ ଜାତୀୟ ଓ ଅନ୍ତର୍ଜାତୀୟ  ଖେଳରେ ବ୍ରାଣ୍ଡିଂ ଜରିଆରେ ବିଶ୍ୱସ୍ତରରେ ରାଜ୍ୟର ଛବିକୁ ଉଜ୍ଜଳ କରିପାରିବ ।

Read More
{}{}