Hindi News >>Home >>Odisha State

odisha news: ନୂଆବର୍ଷ ପାଇଁ ବନ୍ଦ ହେଲା ୩ ଦ୍ୱାର, କେବଳ ସିଂହଦ୍ୱାର ଦେଇ ପ୍ରବେଶ କରିବେ ଭକ୍ତ

ପୁରୀ: ନୂଆବର୍ଷକୁ ଦୃଷ୍ଟିରେ ରଖି ଭକ୍ତଙ୍କ ପାଇଁ ଶୃଙ୍ଖଳିତ ଦର୍ଶନର ବ୍ୟବସ୍ଥା କରିଛି ଜଗନ୍ନାଥ ମନ୍ଦିର ପ୍ରଶାସନ। ନୂଆବର୍ଷ ଉପଲକ୍ଷେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଲକ୍ଷାଧିକ ସଂଖ୍ୟାରେ ଶ୍ରଦ୍ଧାଳୁ ପୁରୀରେ ଭିଡ ଜମାଇଲେଣି। ଶୃଙ୍ଖଳିତ ତଥା ସୁରକ୍ଷିତ ଦର୍ଶନ ପାଇଁ ଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯା

Advertisement
odisha news: ନୂଆବର୍ଷ ପାଇଁ ବନ୍ଦ ହେଲା ୩ ଦ୍ୱାର, କେବଳ ସିଂହଦ୍ୱାର ଦେଇ ପ୍ରବେଶ କରିବେ ଭକ୍ତ
Prabhudatta Moharana|Updated: Dec 30, 2024, 10:52 AM IST
Share

odisha news:ପୁରୀ: ନୂଆବର୍ଷକୁ ଦୃଷ୍ଟିରେ ରଖି ଭକ୍ତଙ୍କ ପାଇଁ ଶୃଙ୍ଖଳିତ ଦର୍ଶନର ବ୍ୟବସ୍ଥା କରିଛି ଜଗନ୍ନାଥ ମନ୍ଦିର ପ୍ରଶାସନ। ନୂଆବର୍ଷ ଉପଲକ୍ଷେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଲକ୍ଷାଧିକ ସଂଖ୍ୟାରେ ଶ୍ରଦ୍ଧାଳୁ ପୁରୀରେ ଭିଡ ଜମାଇଲେଣି। ଶୃଙ୍ଖଳିତ ତଥା ସୁରକ୍ଷିତ ଦର୍ଶନ ପାଇଁ ଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟୀ ମାର୍କେଟ ଛକ ଯାଏଁ ବ୍ୟାରିକେଡ୍‌ କରାଯାଇଛି। ତେବେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ସଦ୍ୟତମ ସୂଚନା ମୁତାବକ, ୩୧ ଓ ୧ ତାରିଖରେ କେବଳ ସିଂହଦ୍ୱାର ଦେଇ ପ୍ରବେଶ କରି ହେବ ବୋଲି କୁହାଯାଇଛି। 

ସାଧାରଣ ଭକ୍ତ କେବଳ ସିଂହଦ୍ୱାର ଦେଇ ପ୍ରବେଶ କରିବେ। ଅନ୍ୟ ୩ ଦ୍ୱାର ଦେଇ ପ୍ରବେଶ ମନା। କେବଳ ପ୍ରସ୍ଥାନ କରିବେ। ତେଣେ ନୂଆବର୍ଷରେ ଭିଡ଼ ନିୟନ୍ତ୍ରଣ ପାଇଁ ପୁରୀରେ ୬୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି। ଦୁଇ କମାଣ୍ଡାଣ୍ଟ ରାଙ୍କର ଅଧିକାରୀଙ୍କ ସମେତ ୧୦ ଅତିରିକ୍ତ ଏସ୍‌ପି, ୩୩ ଡିଏସ୍‌ପିଙ୍କ ସମେତ ୬୨ ଇନ୍ସପେକ୍ଟର, ୨୪୫ ସବ୍‌ ଇନ୍ସପେକ୍ଟର ଓ ଆସିଷ୍ଟାଣ୍ଟ ସବ୍‌ ଇନ୍ସପେକ୍ଟର, ୩୦ ହାବିଲଦାର, ୨୯୦ ଜଣ କନଷ୍ଟେବଳ ମୁତୟନ ରହିବେ। ଶ୍ରୀମନ୍ଦିର ପରିସରରେ ୨ ଭାଗରେ ପୁଲିସ ମୁତୟନ ହୋଇଛନ୍ତି। ଜନଗହଳିପୂର୍ଣ୍ଣ ସ୍ଥାନରେ ଆଣ୍ଟି ସ୍ନାଚିଂ ଟିମ୍‌ ମୁତୟନ ରହିବେ। ବିଭିନ୍ନ ସ୍ଥାନରେ ପୁଲିସ ତରଫରୁ ନାକାବନ୍ଦି କରାଯାଉଛି। ଏହାସହ ସମୁଦ୍ର କୂଳରେ ସ୍ୱତନ୍ତ୍ର ଆଉଟ ପୋଷ୍ଟ ରହିବ। ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ରାଂଚଳ ଡିଆଇଜି ଚରଣ ସିଂହ ମିନା।

Read More
{}{}