Hindi News >>Home >>Odisha State

Kamala Pujari: ରାଷ୍ଟ୍ରୀୟ ମର୍ଯ୍ୟଦା ସହ ସମ୍ପନ୍ନ ହେବେ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ

Kamala Pujari: ଆଉ ନାହାଁନ୍ତି ପଦ୍ମଶ୍ରୀ କମଳା ପୂଜାରୀ। ଶନିବାର କଟକ ଏସ୍‌ସିବି(SCB)ରେ ଚିକିତ୍ସାଧୀନ ଅବସ୍ଥାରେ ପଦ୍ମଶ୍ରୀ କମଳା ପୂଜାରୀଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। 

Advertisement
Kamala Pujari: ରାଷ୍ଟ୍ରୀୟ ମର୍ଯ୍ୟଦା ସହ ସମ୍ପନ୍ନ ହେବେ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ
Narmada Behera|Updated: Jul 20, 2024, 12:28 PM IST
Share

Kamala Pujari: ଆଉ ନାହାଁନ୍ତି ପଦ୍ମଶ୍ରୀ କମଳା ପୂଜାରୀ। ଶନିବାର କଟକ ଏସ୍‌ସିବି(SCB)ରେ ଚିକିତ୍ସାଧୀନ ଅବସ୍ଥାରେ ପଦ୍ମଶ୍ରୀ କମଳା ପୂଜାରୀଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ କମଳା ପୂଜାରୀ ଜଣେ ଅସାଧାରଣ ଗୁଣୀ, ସାଧିକା ଓ ତ୍ୟାଗୀ ମହିଳା ଥିଲେ।  ଶତାଧିକ ସ୍ୱଦେଶୀ ଧାନ ଓ ଅନ୍ୟାନ୍ୟ  ଶସ୍ୟର ବିହନ ସଂରକ୍ଷଣ କରି ଏବଂ ଜୈବିକ ଚାଷକୁ ପ୍ରୋତ୍ସାହନ ଦେଇ ସେ ମଣିଷ ସମାଜ ପାଇଁ ଏକ ସୁନ୍ଦର ଭବିଷ୍ୟତ  ସଂରକ୍ଷିତ କରୁଥିଲେ। 

ପରିବେଶର ସୁରକ୍ଷା ପାଇଁ ତାଙ୍କର ଅମୂଲ୍ୟ ଅବଦାନ ରାଜ୍ୟ ଓ ଦେଶ କେବେ ଭୁଲି ପାରିବ ନାହିଁ। ତାଙ୍କ ବିୟୋଗ ସାରା ଦେଶ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ  ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସ୍ବର୍ଗତ ପୂଜାରୀଙ୍କ ପୁଅ ଟଙ୍କଧର ପୂଜାରୀଙ୍କ ସହିତ ଟେଲିଫୋନ ଯୋଗେ କଥା ହୋଇ ଶାନ୍ତ୍ବନା ଦେଇଛନ୍ତି । ଏବଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସ୍ବର୍ଗତ ପୂଜାରୀଙ୍କ ଶେଷ କୃତ୍ୟ ସଂପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା ଅନୁସାରେ, ପଦ୍ମଶ୍ରୀ କମଳା ପୂଜାରୀ ଗତ ୧୮ ତାରିଖରୁ ଏସ୍‌ସିବିରେ ଚିକିତ୍ସାଧିନ ଅବସ୍ଥାରେ ଥିଲେ। କିଡ଼ନୀ(Kidney) ଜନିତ ସମସ୍ୟା ସହ ଜ୍ବରରେ ପୀଡ଼ିତ ଥିଲେ ପଦ୍ମଶ୍ରୀ କମଳା ପୂଜାରୀ। ଡାକ୍ତର ଜୟନ୍ତ ପଣ୍ଡାଙ୍କ ନେତୃତ୍ଵରେ ଏକ ଚାରି ଜଣିଆ ଡାକ୍ତରୀ ଦଳ ତାଙ୍କାର ଚିକିତ୍ସା କରୁଥିଲେ। କିନ୍ତୁ ଆଜି ଚିକିତ୍ସାଧିନ ଅବସ୍ଥାରେ ସେ ପ୍ରାଣ ହରାଇଛନ୍ତି। ବିଭିନ୍ନ କିସମର ଧାନ ସଂରକ୍ଷଣ ପାଇଁ ତାଙ୍କୁ ୨୦୧୯ରେ ପଦ୍ମଶ୍ରୀ(Padmashree) ପୁରସ୍କାର ମିଳିଥିଲା। 

Read More
{}{}