Odisha News: ବାଲେଶ୍ବର ଏଫଏମ୍ କଲେଜରେ ଛାତ୍ରୀଙ୍କ ନିଆଁରେ ପୋଡ଼ି ହୋଇ ଆତ୍ମହତ୍ୟା କରିବା ଘଟଣା ଲୋକଙ୍କ ମନରୁ ନ ଲିଭଣୁ। ଏବେ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ପୁରୀ ଜିଲ୍ଲା ବଳଙ୍ଗା ଥାନା ବାୟାବର ଗାଁରେ ଅଭାବନୀୟ ଘଟଣା ଘଟିଛି। ନାବାଳିକାଙ୍କ ଦେହରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ। ୩ ଜଣ ଦୁ୍ର୍ବୃତ୍ତ ନାବାଳିକାଙ୍କ ଦେହରେ ନିଆଁ ଲଗାଇ ଥିବା ସୂଚନା । ପୀଡି଼ତା ଜଣକ ଯୁକ୍ତ ଦୁଇର ଯାତ୍ରୀ ହୋଇଥିବା ଜଣାପଡିଛି।
ଗୁରୁତର ଅବସ୍ଥାରେ ନାବାଳିକା ଭୁବନେଶ୍ବରଏମ୍ସକୁ ସ୍ଥାନାନ୍ତରିତ କରାଯାଇଥିବା ସୂଚନା ମିଳିଛି। ନାବାଳିକା ଜଣକ ସାଇକେଲରେ ସାଙ୍ଗ ଘରକୁ ଯାଉଥିବା ସମୟରେ ବାଟରେ ୩ ଜଣ ଯୁବକ ନାବାଳିକାଙ୍କୁ ଅଟକାଇ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଇଥିବା ସୂଚନା ମିଳିଛି। ଘଟଣା ସ୍ଥଳରେ ବଳଙ୍ଗା ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି। କିଭଳି ସ୍ଥିତିରେ ଏହି ଘଟଣାଘଟିଲା ସେନେଇ ଛାନଭିନ୍ ଆରମ୍ଭ କରିଛି ବଳଙ୍ଗା ପୋଲିସ୍।
ସେପଟେ, ଏହି ଘଟଣାରେ ଦୋଷୀଙ୍କୁ ତୁରନ୍ତ ଗିରଫ ନିର୍ଦ୍ଦେଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏନେଇ ସେ ପ୍ରତିକ୍ରିୟା ରଖୁଛନ୍ତି। ଖବର ଶୁଣି ମୁଁ ବ୍ୟଥିତ ଓ ମର୍ମାହତ। ପୀଡିତାଙ୍କ ଚିକିତ୍ସାର ସମସ୍ତ ଖର୍ଚ୍ଚ ସରକାର ବହନ କରିବେ। ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି ସେ କହିଛନ୍ତି।