Home >>Odisha State

Mission Shakti: ରାଜ୍ୟର ମିଶନ ଶକ୍ତି କର୍ମକର୍ତ୍ତାମାନଙ୍କ ବୈଠକ ଦେୟ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

Mission Shakti: ରାଜ୍ୟର ମିଶନ ଶକ୍ତି (Mission Shakti) କର୍ମକର୍ତ୍ତାମାନଙ୍କର ବୈଠକ ଦେୟ ବୃଦ୍ଧି କରିବା ସମ୍ପର୍କରେ ସୋମବାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (Naveen Patnaik) । ଗ୍ରାମପଞ୍ଚାୟତ ଓ ବ୍ଲକ ସ୍ତରୀୟ ଫେଡ଼ରେସନ କର୍ମକର୍ତ୍ତାଙ୍କ ବୈଠକ ଦେୟ ପରିମାଣରେ ୫୦୦ ଟଙ୍କା ବୃଦ୍ଧି କରାଯାଇଛି ।

Advertisement
Mission Shakti: ରାଜ୍ୟର ମିଶନ ଶକ୍ତି କର୍ମକର୍ତ୍ତାମାନଙ୍କ ବୈଠକ ଦେୟ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
Zee Odisha Desk|Updated: Mar 11, 2024, 11:58 AM IST
Share

Mission Shakti: ରାଜ୍ୟର ମିଶନ ଶକ୍ତି (Mission Shakti) କର୍ମକର୍ତ୍ତାମାନଙ୍କର ବୈଠକ ଦେୟ ବୃଦ୍ଧି କରିବା ସମ୍ପର୍କରେ ସୋମବାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (Naveen Patnaik) । ଗ୍ରାମପଞ୍ଚାୟତ ଓ ବ୍ଲକ ସ୍ତରୀୟ ଫେଡ଼ରେସନ କର୍ମକର୍ତ୍ତାଙ୍କ ବୈଠକ ଦେୟ ପରିମାଣରେ ୫୦୦ ଟଙ୍କା ବୃଦ୍ଧି କରାଯାଇଛି ।

ଖବର ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରସନର କର୍ମକର୍ତ୍ତାମାନଙ୍କର ବୈଠକ ଦେୟ ବୃଦ୍ଧି କରିବା ସମ୍ପର୍କରେ ଘୋଷଣା କରିଛନ୍ତି। ବର୍ତ୍ତମାନ  ମିଶନ ଶକ୍ତି ମହିଳାମାନଙ୍କ ଆର୍ଥିକ ଓ ସାମାଜିକ ସଶକ୍ତିକରଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଏଥିରେ ବିଭିନ୍ନ ଗ୍ରାମପଞ୍ଚାୟତ ସ୍ତରୀୟ ଓ ବ୍ଲକ ସ୍ତରୀୟ ଫେଡେରେସନ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। ସ୍ୱୟଂସହାୟକ ଗୋଷ୍ଠୀମାନଙ୍କର କାର୍ଯ୍ୟକ୍ରମକୁ କ୍ରୀୟାଶୀଳ କରିବା ଦିଗରେ ଏହି ଫେଡେରେସନମାନଙ୍କର ସ୍ୱତନ୍ତ୍ର ଭୂମିକା ରହିଛି। ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ (V.K Pandian) ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ମିଶନ ଶକ୍ତି ଫେଡେରସନର କର୍ମକର୍ତ୍ତାମାନେ ସେମାନଙ୍କ ଦେୟ ପରିମାଣ ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ଏ ବିଷୟରେ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ସେମାନଙ୍କ ବୈଠକ ଦେୟ ପରିମାଣ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ବର୍ଦ୍ଧିତ ଦେୟ ପରିମାଣ ୨୦୨୩ ଅକ୍ଟୋବର ମାସରୁ ପିଛିଲା ଭାବେ ଲାଗୁ ହେବ । ବ୍ଲକସ୍ତରୀୟ ଫେଡ଼ରସନର ସଭାପତି ଓ ସଂପାଦକମାନେ ବୈଠକ ପାଇଁ ପୂର୍ବରୁ ୪,୦୦୦ ଟଙ୍କା ପାଉଥିବା ବେଳେ ଏବେ ୪,୫୦୦ ଟଙ୍କା ପାଇବେ। ସେହିପରି ଏହାର ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନେ ପୂର୍ବରୁ ୨,୦୦୦ ଟଙ୍କା ପାଉଥିବା ବେଳେ ଏବେ ୨,୫୦୦ ଟଙ୍କା ପାଇବେ ।

Also Read- Odisha News: ଆଜି ଯୋଡ଼ାଠାରେ ଉଦ୍ଦଘାଟିତ ହେବ ରାଜ୍ୟର ଦୀର୍ଘତମ ଫ୍ଲାଏଓଭର

ସେହିପରି ଗ୍ରାମପଞ୍ଚାୟତସ୍ତରୀୟ ଫେଡ଼େରସନର ସଭାପତି ଓ ସମ୍ପାଦକମାନେ ବୈଠକ ପାଇଁ ପୂର୍ବରୁ ଟଙ୍କା ପାଉଥିବାବେଳେ ଏବେ ୨,୫୦୦ ଟଙ୍କା ପାଇବେ ଓ ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନେ ପୂର୍ବରୁ ୧,୦୦୦ ଟଙ୍କା ପାଉଥିବା ବେଳେ ଏବେ ୧,୫୦୦ ଟଙ୍କା ପାଇବେ । ଏହାଦ୍ବାରା ବର୍ଷକୁ ୨୪୯.୨୧ କୋଟି ଟଙ୍କା ଖର୍ଚ୍ଚ ହେବ ।

 

 

Read More
{}{}