Hindi News >>Home >>Odisha State

Asha Didi Shivani: କେନ୍ଦ୍ରାପଡା ରାଜନଗର ଅଞ୍ଚଳର ଆଶା ଦିଦି ଶିବନୀଙ୍କ ଉଲ୍ଲେଖନୀୟ କାର୍ଯ୍ୟ, ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

Asha Didi Shivani: ମୁଖ୍ୟମନ୍ତ୍ରୀ ଆଶା ଦିଦିଙ୍କ ସହ ଫୋନ୍‌ରେ କଥା ହେବା ପରେ ଜାଣିବାକୁ ପାଇଲେ ଯେ ସେ ଦିନ ସେ ସମୁଦାୟ ୭ଜଣ ବୟସ୍କ ଏବଂ ୨ ଜଣ ପ୍ରସୂତୀଙ୍କୁ ପିଠିରେ ବୋହି ଆଶ୍ରୟସ୍ଥଳକୁ ନେଇଥିଲେ। ମୁଖ୍ୟମନ୍ତ୍ରୀ ତାଙ୍କର ଏହି  ଉତ୍ସର୍ଗୀକୃତ ସେବାର ଉଚ୍ଚ ପ୍ରଶଂସାକରିବା ସହିତ କହିଥିଲେ ଯେ ସରକାର ଏବଂ ମୁଁ ବ୍ୟକ୍ତିଗତ ଭାବେ ତୁମ କାମ ଉପରେ ବହୁତ ଖୁସି।

Advertisement
CM Majhi and Asha Didi Shivani
CM Majhi and Asha Didi Shivani
Jagdish Barik|Updated: Oct 25, 2024, 07:50 PM IST
Share

ଭୁବନେଶ୍ଵର: କେନ୍ଦ୍ରାପଡା ଜିଲ୍ଲା ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଆଶା ଦିଦି ଶିବାନୀ ମଣ୍ଡଳଙ୍କ ସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ ଟେଲିଫୋନ୍ ଯୋଗେ କଥାହୋଇ ବାତ୍ୟା ସମୟରେ ମାନବିକତାର ପ୍ରକୃତ ନିଦର୍ଶନ ଦେଖାଇଥିବାରୁ ତାଙ୍କୁ ଧନ୍ୟବାଦ  ଦେଇଥିଲେ। 

ସୂଚନା ଯୋଗ୍ୟ ଯେ କେନ୍ଦ୍ରାପଡା ଜିଲ୍ଲା ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଆଶା ଦିଦି ଶିବାନୀ ମଣ୍ଡଳ ବାତ୍ୟା ପୂର୍ବରୁ ଖସାମୁଣ୍ଡା ଗାଁର ଲୋକମାନଙ୍କୁ ଆଶ୍ରୟସ୍ଥଳୀକୁ ସୁରକ୍ଷିତ ଭାବେ ସ୍ଥାନାନ୍ତରିତ କରିବାର  ଦାୟିତ୍ବ ନେଇଥିଲେ। ଏହି ଦାୟିତ୍ବ ସେ ସୁନ୍ଦରଭାବେ ନିର୍ବାହ କରିଛନ୍ତି। ଗାଁର ଜୈନେକ ବୟସ୍କା ମହିଳା ପାରାଲିସିସ ଆକ୍ରାନ୍ତ ଏବଂ ପ୍ରବଳ ବର୍ଷା  ଯୋଗୁଁ  ଆଶ୍ରୟସ୍ଥଳକୁ ଯାଇ ପାରୁନଥିଲେ। ଶିବାନୀ ଦିଦି ତାଙ୍କୁ ନିଜ ପିଠିରେ ପକାଇ ଦେଢ କିଲୋମିଟର ଦୂରରେ ଥିବା ଆଶ୍ରୟସ୍ଥଳକୁ ବୋହି ନେଇ କର୍ତ୍ତବ୍ୟ ପାଳନ କ୍ଷେତ୍ରରେ ସମସ୍ତଙ୍କ ପାଇଁ ପ୍ରେରଣା ସାଜିଛନ୍ତି।

ମୁଖ୍ୟମନ୍ତ୍ରୀ ଆଶା ଦିଦିଙ୍କ ସହ ଫୋନ୍‌ରେ କଥା ହେବା ପରେ ଜାଣିବାକୁ ପାଇଲେ ଯେ ସେ ଦିନ ସେ ସମୁଦାୟ ୭ଜଣ ବୟସ୍କ ଏବଂ ୨ ଜଣ ପ୍ରସୂତୀଙ୍କୁ ପିଠିରେ ବୋହି ଆଶ୍ରୟସ୍ଥଳକୁ ନେଇଥିଲେ। ମୁଖ୍ୟମନ୍ତ୍ରୀ ତାଙ୍କର ଏହି  ଉତ୍ସର୍ଗୀକୃତ ସେବାର ଉଚ୍ଚ ପ୍ରଶଂସାକରିବା ସହିତ କହିଥିଲେ ଯେ ସରକାର ଏବଂ ମୁଁ ବ୍ୟକ୍ତିଗତ ଭାବେ ତୁମ କାମ ଉପରେ ବହୁତ ଖୁସି। ମହାପ୍ରଭୁ ଶ୍ରୀ ଜଗନ୍ନାଥ ତୁମକୁ ସବୁବେଳେ ଭଲରେ ରଖନ୍ତୁ। ବିପଦ ବେଳେ ତୁମେ ସମସ୍ତଙ୍କୁ ଏହି ଭଳି ସାହାଯ୍ୟ କରୁଥାଅ। ମୁଖ୍ୟମନ୍ତ୍ରୀ ତାଙ୍କ ପରିବାରର ଭଲମନ୍ଦ ବିଷୟରେ ବୁଝିଥିଲେ ଏବଂ ତାଙ୍କର ଘର ନଥିବାରୁ ଟେଲିଫୋନ୍‌ ଯୋଗେ ରାଜନଗର ବିଡିଓଙ୍କୁ ତାଙ୍କୁ ତୁରନ୍ତ ଏକ ଘର ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହା ସହିତ ଶିବନୀଙ୍କୁ ଅନ୍ୟାନ୍ୟ ଆବଶ୍ୟକ ସହାୟତା ଯୋଗାଇଦେବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ  ପ୍ରତିଶ୍ରୁତି ଦେଇଛନ୍ତି।

Read More
{}{}