Home >>Odisha State

Parikrama Prakalpa: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପିତ

  ଭୁବନେଶ୍ୱର: ବାଦ ବିବାଦ ପରେ ଲୋକାର୍ପଣ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ଗଜପତି ମହାରାଜାଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପକୁ ଲୋକାର୍ପିତ କରିଛନ୍ତି। ଫଳକରେ ନଡ଼ିଆ ପିଟି ପରିକ୍ରମା ପ୍ରକଳ୍ପକୁ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। 

Advertisement
Parikrama Prakalpa: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପିତ
Zee Odisha Desk|Updated: Jan 17, 2024, 02:46 PM IST
Share

Parikrama Prakalpa:  ଭୁବନେଶ୍ୱର: ବାଦ ବିବାଦ ପରେ ଲୋକାର୍ପଣ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ଗଜପତି ମହାରାଜାଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପକୁ ଲୋକାର୍ପିତ କରିଛନ୍ତି। ଫଳକରେ ନଡ଼ିଆ ପିଟି ପରିକ୍ରମା ପ୍ରକଳ୍ପକୁ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। 

ଆଜି ଆୟୋଜିତ ଏକ ଭବ୍ୟ ସମାରୋହରେ ଶୁଭଲଗ୍ନରେ ଶ୍ରୀମନ୍ଦିର ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ। ପରେ ପରେ ସାଢ଼େ ଗୋଟାଏରୁ ୨ଟା ମଧ୍ୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ତିନିଦିନିଆ ଯଜ୍ଞରେ ପୂର୍ଣ୍ଣାହୂତି ଦେଇଛନ୍ତି। ଯଜ୍ଞବେଦୀ ଗଜପତି ମହାରାଜା ପହଞ୍ଚି ହୋମଯଜ୍ଞ ନିକଟରେ ପହଞ୍ଚି ସାରିଛନ୍ତି। ହୋମ ଯଜ୍ଞ ସରିବା ପରେ ଅନ୍ତଃ ପ୍ରଦକ୍ଷିଣ ପଥରେ ଅଧଘଣ୍ଟା ଧରି ଚାଲିବ ନାମ ସଂକୀର୍ତ୍ତନ ଶୋଭାଯାତ୍ରା। ସେଥିପାଇଁ ଶ୍ରୀକ୍ଷେତ୍ରରେ ଭକ୍ତିମୟ ପରିବେଶ । ରୁକ୍, ସାମ୍, ଯଜ୍ଜୁ ଓ ଅଥର୍ବ ବେଦ ଧ୍ବନିରେ ପ୍ରକମ୍ପିତ ହେଉଛି ଶ୍ରୀମନ୍ଦିର ଚତୁପାର୍ଶ୍ବ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ନେଇ ମହାଯଜ୍ଞ ଚାଲିଥିବା ବେଳେ ଶ୍ରୀମନ୍ଦିର ଐଶାନ୍ୟ କୋଣ ଯଜ୍ଞ ମଣ୍ଡପରେ ଆଚାର୍ଯ୍ୟ ବ୍ରାହ୍ମଣ ମାନେ ବୈଦିକ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରୁଛନ୍ତି । 

Read More
{}{}