Hindi News >>Home >>Odisha State

ଆସନ୍ତା ୩ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

President of India: ଭୁବନେଶ୍ବର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ୩ ଦିନ ଧରି ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଯୋଗଦେବା ପରେ ୬ ତାରିଖରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ବିମାନ ଯୋଗେ ପଶ୍ଚିମବଙ୍ଗରେ ଥିବା ପ୍ରତିରକ୍ଷା ବିଭାଗ କଲେଇକୁଣ୍ତା ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ସେ ସ୍ବତନ୍ତ୍ର ହେଲିକେପ୍ଟର ଯୋଗେ ମୟୂରଭଞ୍ଜ ଜିଲ୍ଲା କୁସୁମୀ ବ୍ଲକ୍ ରଙ୍ଗାମାଟିଆ ଅସ୍ଥାୟୀ ହେଲିପ୍ୟାଡ୍ ରେ ଅବତରଣ କରି ସଡ଼କ ପଥରେ ନିଜ ଜନ୍ମମାଟି ଉପରବେଡ଼ା ଗାଁକୁ ଯିବେ। 

Advertisement
ଆସନ୍ତା ୩ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Zee Odisha Desk|Updated: Nov 20, 2024, 05:53 PM IST
Share

ଭୁବନେଶ୍ଵର: ଆସନ୍ତା ମାସ ୩ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବରରେ ପହଞ୍ଚିବେ। ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ୩ ତାରିଖରେ ସେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନ ବନ୍ଦର ଅବତରଣ କରିବେ ବୋଲି ତାଙ୍କ ଗସ୍ତ ସୂଚୀରୁ ଜଣାପଡ଼ିଛି। ୩ରୁ ୭ ତାରିଖ ଯାଏ ସେ ଓଡ଼ିଶା ଗସ୍ତରେ ରହିବେ। ୪ ତାରିଖ ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନେଭି ଡେ କାର୍ଯ୍ୟକ୍ରମରେ ଯୋଗ ଦେବେ। ୫ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ବର କୋର୍ଟର ନୂଆ ବିଲ୍ଡିଂ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି।

ଡିସେମ୍ବର ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କାର୍ଯ୍ୟକ୍ରମ ସୂଚନା ଅନୁସାରେ, ଭୁବନେଶ୍ବର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ୩ ଦିନ ଧରି ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଯୋଗଦେବା ପରେ ୬ ତାରିଖରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ବିମାନ ଯୋଗେ ପଶ୍ଚିମବଙ୍ଗରେ ଥିବା ପ୍ରତିରକ୍ଷା ବିଭାଗ କଲେଇକୁଣ୍ତା ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ସେ ସ୍ବତନ୍ତ୍ର ହେଲିକେପ୍ଟର ଯୋଗେ ମୟୂରଭଞ୍ଜ ଜିଲ୍ଲା କୁସୁମୀ ବ୍ଲକ୍ ରଙ୍ଗାମାଟିଆ ଅସ୍ଥାୟୀ ହେଲିପ୍ୟାଡ୍ ରେ ଅବତରଣ କରି ସଡ଼କ ପଥରେ ନିଜ ଜନ୍ମମାଟି ଉପରବେଡ଼ା ଗାଁକୁ ଯିବେ। 

Read More
{}{}