Home >>Odisha State

Kartika Purnima: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ସୁନା ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

Kartika Purnima: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା।  ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦୁର୍ଲଭ ରାଜରାଜେଶ୍ଵର ବେଶ ବା ସୁନାବେଶ ଅନୁଷ୍ଠିତ ହୋଇଛି । କାର୍ତ୍ତିକ ପୂର୍ଣ୍ଣିମାରେ ପାରମ୍ପରିକ ରୀତି ମତେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ବିରାଜିତ ତିନି ଠାକୁରଙ୍କୁ ରାଜରାଜେଶ୍ୱର ବେଶରେ ସଜିତ କରାଯାଇଥାଏ । 

Advertisement
Kartika Purnima: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ସୁନା ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
Narmada Behera|Updated: Nov 15, 2024, 09:12 AM IST
Share
Kartika Purnima: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା।  ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦୁର୍ଲଭ ରାଜରାଜେଶ୍ଵର ବେଶ ବା ସୁନାବେଶ ଅନୁଷ୍ଠିତ ହୋଇଛି । କାର୍ତ୍ତିକ ପୂର୍ଣ୍ଣିମାରେ ପାରମ୍ପରିକ ରୀତି ମତେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ବିରାଜିତ ତିନି ଠାକୁରଙ୍କୁ ରାଜରାଜେଶ୍ୱର ବେଶରେ ସଜିତ କରାଯାଇଥାଏ । ମହାପ୍ରଭୁଙ୍କ ସୁନାବେଶ ପାଇଁ ଭକ୍ତଙ୍କ ଗହଳିକୁ ଦୃଷ୍ଟିରେ ରଖି ନିତି ସଅଳ କରାଯାଇଛି। ଗତକାଲି ମହାପ୍ରଭୁଙ୍କ ପହୁଡ ନିତି ନହୋଇ ଆଜି ସକାଳ ୫.୫୦ରେ ମଙ୍ଗଳାଳତୀ ଅନୁଷ୍ଠିତ ହେବା ପରେ ମଇଲମ,  ଅବକାଶ  ଆଦି ନୀତି ଶେଷ ହେବା ପରେ ପୁଷ୍ପାଳକ ସେବକମାନେ ବିଭିନ୍ନ ରତ୍ନ ଅଳଙ୍କାର ଓ ପାଟବସ୍ତ୍ରରେ ଶ୍ରୀଜୀଉମାନଙ୍କୁ ସୁନାବେଶରେ ସଜାଇଥିଲେ । 
 
 
ଏହି ବେଶରେ ଠାକୁରମାନେ ଶ୍ରୀଭୁଜ, କିରୀଟ, ଶ୍ରୀପୟର, ଓଡ଼ିଆଣୀ, ଚନ୍ଦ୍ରସୂର୍ଯ୍ୟ, କୁଣ୍ଡଳ, ଚିତା, ଚନ୍ଦ୍ରିକା, ଶଙ୍ଖ, ଚକ୍ର, ହଳ, ମୂଷଳ, ତ୍ରିଶାଖା, ଅଳକା, ତଡ଼ଗି, ଶ୍ରୀମୁଖ ପଦ୍ମ, ଘାଗଡ଼ା ମାଳି, କଦମ୍ବ ମାଳି, ହରିଡ଼ା କଦମ୍ବ ମାଳି, ବାହାଡ଼ା ମାଳି, ତାବିଜ ମାଳି, ବାଘନଖି ମାଳି ଓ ସେବତୀମାଳି ଆଦି ରତ୍ନ ଅଳଙ୍କାର ଧାରଣ କରିଛନ୍ତି । ଗୋପାଳ ବଲ୍ଲଭ, ସକାଳଧୁପ ଓ ଭୋଗମଣ୍ଡପ ଆଦି ନୀତି ଶେଷହେବା ପରେ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ସାହାଣମେଲା କରାଯାଇଥିଲା । ସେପଟେ ଆଜିର ଏହି ଦୁର୍ଲଭ ସୁବର୍ଣ୍ନ ବେଶ ଦର୍ଶନ କରିବାକୁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । 
 
ଭକ୍ତଙ୍କ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି ସହ ଟ୍ରାଫିକ ବ୍ୟବସ୍ତାକୁ ସୁ-ବ୍ୟବସ୍ଥିତ କରାଯାଇଛି । ଅନ୍ୟପଟେ ଆଜି ମହାଧାର୍ମିକ କାର୍ତ୍ତିକ ମାସର ଶେଷ ଦିନ ଥିବାରୁ ଶ୍ରୀକ୍ଷେତ୍ରର ମହୋଦାଧି ସମେତ ପଞ୍ଚତୀର୍ଥ ପୁଷ୍କରିଣୀରେ ଡଙ୍ଗା ଭସାଇବା ଓ ବୁଡ଼ ପକାଇବା ପାଇଁ ଲକ୍ଷାଧିକ ଭକ୍ତ ଶ୍ରଦ୍ଧାଳୁଙ୍କ ସମେତ ବ୍ରତଧାରୀ ଓ ହବିଷ୍ୟାଳିଙ୍କ ସମାଗମ ହୋଇଛି । ଶ୍ରୀମନ୍ଦିର ପ୍ରଶାସନ, ପୁଲିସ ପ୍ରଶାସନର ସମନ୍ୱୟ ଆଧାରରେ ସୃଙ୍ଖଳିତ ଦର୍ଶନ ଚାଲିଛି। ମାର୍କେଟଛକ ଠାରୁ ଶ୍ରୀମନ୍ଦିର ପର୍ଯ୍ୟନ୍ତ ଅସ୍ଥାୟୀ ବେରିକେଡ ପ୍ରସ୍ତୁତ ହୋଇଛି। ଗହଳିକୁ ଦୃଷ୍ଟିରେ ରଖି ସିଂହଦ୍ୱାର ଦେଇ ପ୍ରବେଶ ଓ ଅନ୍ଯ ତିନି ଦ୍ୱାର ଦେଇ ପ୍ରସ୍ଥାନ କରୁଛନ୍ତି।  
 
ସେପଟ ଭକ୍ତଙ୍କ ସାମ୍ଭାବ୍ୟ ଭିଡକୁ ଦୃଷ୍ଟିରେ ରଖି ଟ୍ରାଫିକ ବ୍ୟବସ୍ଥାକୁ ସୁପରିଚାଳନା କରିବା ପାଇଁ ବ୍ୟାପକ ପୋଲିସଙ୍କୁ ନିୟୋଜିତ କରାଯାଇଥିବା ବେଳେ ଶ୍ରୀମନ୍ଦିର ବାହାରେ, ସମୁଦ୍ରକୁଳ, ଓ ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ତା ଗ୍ରହଣ କରାଯାଇଥିବା ବେଳେ ଆଗ୍ନିକ ଓ ଲାଇଫଗାର୍ଡଙ୍କୁ ମଧ୍ୟ ନିୟୋଜିତ କରାଯାଇଛି | ସେପଟେ ବ୍ଯାପକ ପୁଲିସ ବଳ ନିୟୋଜିତ କରାଯାଇଛି। ପ୍ରାୟ।୩୮ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିବା ଜଣାପଡିଛି।
 
 
 
 
Read More
{}{}