Home >>Odisha State

Suna Besha 2024: ଆଜି ୧୩୮ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାରରେ ଝଲସିବେ ଶ୍ରୀଜିଉ

Suna Besha 2024: ଆଉ କେଇ ଘଣ୍ଟା ପରେ ରଥଉପରେ ଶ୍ରୀଜୀଉମାନଙ୍କର ବଡତଢା଼ଉ ବେଶ ଵା ସୁନାବେଶ ଅନୁଷ୍ଠିତ ହେବ।ସକାଳୁ ତିନିରଥ ଉପରେ ଦୈନଦିନ ନୀତି କରାଯାଇଥିବା ବେଳେ ମଧ୍ୟାହ୍ନ ଧୂପ ଓ ମଇଲମ ନୀତି ପରେ ମହଣ ମହଣ ସୁନାରେ ବିଭୂଷିତ ହେବେ ଶ୍ରୀଜିଉ । ସେଥିପାଇଁ ଆଜି ସକାଳୁ ସକାଳୁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହୋଇ ଉଠିଥିବା ବେଳେ ପୁରୀକୁ ମଧ୍ୟ ଲୋକଙ୍କ ଆଗମନ ବଢିବାରେ ଲାଗିଛି। 

Advertisement
Suna Besha 2024: ଆଜି ୧୩୮ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାରରେ ଝଲସିବେ ଶ୍ରୀଜିଉ
Zee Odisha Desk|Updated: Jul 17, 2024, 11:11 AM IST
Share

Suna Besha 2024: ଆଉ କେଇ ଘଣ୍ଟା ପରେ ରଥଉପରେ ଶ୍ରୀଜୀଉମାନଙ୍କର ବଡତଢା଼ଉ ବେଶ ଵା ସୁନାବେଶ ଅନୁଷ୍ଠିତ ହେବ।ସକାଳୁ ତିନିରଥ ଉପରେ ଦୈନଦିନ ନୀତି କରାଯାଇଥିବା ବେଳେ ମଧ୍ୟାହ୍ନ ଧୂପ ଓ ମଇଲମ ନୀତି ପରେ ମହଣ ମହଣ ସୁନାରେ ବିଭୂଷିତ ହେବେ ଶ୍ରୀଜିଉ । ସେଥିପାଇଁ ଆଜି ସକାଳୁ ସକାଳୁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହୋଇ ଉଠିଥିବା ବେଳେ ପୁରୀକୁ ମଧ୍ୟ ଲୋକଙ୍କ ଆଗମନ ବଢିବାରେ ଲାଗିଛି। 

ଆଜି ରଥ ଉପରେ ଅନ୍ଯାନ୍ଯ ନୀତି ବଢି ମଧ୍ଯାନ୍ନ ଧିପ,ମଇଲମ ପରେ ଅପରାହ୍ନରେ ମେକାପ ସର୍ବାଙ୍ଗ ନୀତି ସମ୍ପର୍ଣ୍ଣ ହେବା ପରେ ଅପରାହ୍ନ ୫ ଟାରୁ ୬ଟା ୩୦ ଟା ମଧ୍ୟରେ ଠାକୁର ମାନଙ୍କୁ ସୁନାବେଶରେ ସଜିତ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ରାତ୍ରି ୧୧  ଟା ପର୍ଯ୍ୟନ୍ତ ଭକ୍ତମାନେ ମହାପ୍ରଭୁଙ୍କ ସୁନାବେଶ ଦେଖିପାରିବେ ବୋଲି ମଧ୍ୟ ପ୍ରଶାସନ ପକ୍ଷରୁ କୁହାଯାଇଛି। ବେଶ ଓ ଲାଗି ପରେ ବଡସିଂହାର ବେଶ ଓ ରାତ୍ର ପହୁଡ ହେବ। ସୁନାବେଶ ପାଇଁ ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ତା କଡାକଡି କରାଯାଇଥିବା ବେଳେ ମାର୍କେଟ ଛକରୁ ଵ୍ୟାରିକେଡ଼ କରାଯାଇଛି । ଲୋକମାନେ ମାର୍କେଟ ଛକରୁ ଵ୍ୟାରିକେଡ଼ରେ ଆସି ବେଶ ଦେଖିବା ପରେ ତିନିରଥ ପଛପଟ ରାସ୍ତା ଦେଇ ପ୍ରସ୍ତାନ କରିବାର ବ୍ୟବସ୍ତା କରାଯାଇଛି ।

ALSO READ: Suna Besha: ଆଜି ଏହି ରୁଟ୍ ରେ ଗଲେ ସହଜ ହେବ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ ? ଜାଣି ରଖନ୍ତୁ

ଶ୍ରୀଜିଉଙ୍କର ସମସ୍ତ ଚିତ୍ତାକର୍ଷକ ବେଶ ମଧ୍ଯରେ ସୁନାବେଶ ଅର୍ଥାତ ବଡତଢାଉ ବେଶ ଅନ୍ଯତମ। ଶ୍ରୀବଳଭଦ୍ର ଶ୍ରୀପୟର, ଶ୍ରୀଭୁଜ, କିରିଟି, ଘାଗଡାମାଳି, କଦମ୍ବମାଳି, କାନ କୁଣ୍ଡଳ, କମରପଟି,ଆଡକାନି, ଚନ୍ଦ୍ରିକା, ସେବତୀ ମାଳି, ବାଘନଖ ମାଳି, ବାହାଡାମାଳି, ଅସ୍ତ୍ରହଳ ଓ ମୁଷଳ, ତିଳକ, ତ୍ରୀଖଣ୍ଡିକା,ଓ ଝୋବାକଣ୍ଠି,ଆଦି ପରିଧାନ କରିଥାନ୍ତି। ଦେବୀ ସୁଭଦ୍ରାଙ୍କୁ କିରିଟି, ଓଡିଆଣି, କାନ, ଚନ୍ଦ୍ରସୂର୍ଯ୍ୟ, ଦୁଇଟି ତଗଡି,ସେବତୀ ମାଳି,ଘାଗଡାମାଳି, କଦମ୍ବମାଳି ଆଦି ପରିଧାନ କରିଥାନ୍ତି। 

ସେହିଭଳି ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀପୟର, ଶ୍ରୀଭୁଜ, କିରିଟି, ଆଦି ଅନେକ ସୁନା ଅଳଙ୍କାର ସହ ସ୍ୱର୍ଣ୍ଣଚକ୍ର, ରୌପ୍ଯ ଶଙ୍ଖ,କମରପଟି, କର୍ଣ୍ଣକୁଣ୍ଡଳ,ଚନ୍ଦ୍ରସୂର୍ଯ୍ୟ, ଆଡ଼କାନି, ଘାଗଡାମାଳି, କଦମ୍ବମାଳି, ତିଳକତ୍ରୀଖଣ୍ଡିକା, ସେବତୀମାଳି, ଝୋବା କଣ୍ଠି, ତାବିଜ ମାଳି ଓ ବାହାଡା ମାଳି ପରିଧାନ କରି ଭକ୍ତଙ୍କୁ ରଥ ଉପରେ ସୁନା ବେଶରେ ଦର୍ଶନ ଦେବେ । ୧୩୮ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାରରେ ଝଲସିବେ ଶ୍ରୀଜିଉ । ଏହି ମନମୁଗ୍ଧକର ବେଶ ବର୍ଷକରେ ଥରେ ରଥ ଉପରେ ଅନୁଷ୍ଠିତ ହେଉଥିବା ବେଳେ ଏହି ବେଶରେ ଦର୍ଶନ କଲେ ଅଶେଷ ପୁଣ୍ୟ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି ।ସେପଟେ ମହାପ୍ରଭୁଙ୍କ ସୂନାବେଶ ପାଇଁ ଆଜି ଭୋରୁ ନିତିକାନ୍ତିକୁ ସଅଳ କରାଯାଉଛି।

Read More
{}{}