Home >>Odisha Trending

5T Chairman Bhadrak Visit: ୫ଟି ଅଧ୍ୟକ୍ଷଙ୍କ ଭଦ୍ରକ ଗସ୍ତ; ୪୮ କୋଟି ଟଙ୍କା ବ୍ୟୟରେ ଜାରି ରହିଥିବା ରୂପାନ୍ତର କାର୍ଯ୍ୟର କଲେ ସମୀକ୍ଷା

Nabin Odisha President VK Pandian: ବୁଧବାର ଭଦ୍ରକ ଗସ୍ତ କରିଥିଲେ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ। ଏହି ଗସ୍ତ ସମୟରେ ୪୮ କୋଟି ଟଙ୍କା ବ୍ୟୟରେ ଜାରି ରହିଥିବା ରୂପାନ୍ତର କାର୍ଯ୍ୟର କରିଥିଲେ ସମୀକ୍ଷା।  

Advertisement
5T Chairman Bhadrak Visit: ୫ଟି ଅଧ୍ୟକ୍ଷଙ୍କ ଭଦ୍ରକ ଗସ୍ତ; ୪୮ କୋଟି ଟଙ୍କା ବ୍ୟୟରେ ଜାରି ରହିଥିବା ରୂପାନ୍ତର କାର୍ଯ୍ୟର କଲେ ସମୀକ୍ଷା
Zee Odisha Desk|Updated: Dec 27, 2023, 09:10 PM IST
Share

5T Chairman VK Pandian: ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଭଦ୍ରକ ଜିଲ୍ଲା ଗସ୍ତ କରିଛନ୍ତି। ଭଦ୍ରକ ଗସ୍ତ ଅବସରରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବା ସହିତ ଜିଲ୍ଲାବାସୀଙ୍କ ସହ ଆଲୋଚନା କରିଥିଲେ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ। ନବୀନ ଓଡିଶା ଅଧ୍ୟକ୍ଷ ପ୍ରଥମେ ଓଡିଶାର ପ୍ରସିଦ୍ଧ ଶୈବ କ୍ଷେତ୍ର ଆରଡ଼ି ଠାରେ ବାବା ଆଖଣ୍ଡଳମଣୀଙ୍କୁ ପୂଜାର୍ଚ୍ଚନା ସହ ଦର୍ଶନ କରିଥିଲେ। ଏହା ପରେ ମନ୍ଦିର ତଥା ଏହାର ପାରିପାର୍ଶ୍ୱିକ ବିକାଶ ପାଇଁ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ଏହି ମନ୍ଦିର ପ୍ରକଳ୍ପ ପାଇଁ ୪୮ କୋଟି ଟଙ୍କା ମଞ୍ଜୁର ହୋଇଛି। ଭକ୍ତଙ୍କ ସୁବିଧା ପାଇଁ ପ୍ରକଳ୍ପ କାମ ଯଥା ଶୀଘ୍ର ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ।

ଏହା ସହିତ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ଅନ୍ୟାନ୍ୟ ପ୍ରମୁଖ ପ୍ରକଳ୍ପ ଯଥା ୮୯୩ କୋଟି ଟଙ୍କା ବ୍ୟୟରେ ଚାନ୍ଦବାଲି ମେଗା ପାଇପ ଜଳଯୋଗାଣ ପ୍ରକଳ୍ପ, ୧୦୦ କୋଟି ଟଙ୍କା ବ୍ୟୟରେ ଭଦ୍ରକ ରିଂ ରୋଡ ନିର୍ମାଣ ପ୍ରକଳ୍ପ, ୪୮୦ କୋଟି ଟଙ୍କା ବ୍ୟୟରେ ଆଖୁଆପଦା ଠାରେ ସମନ୍ୱିତ ନଦୀଗର୍ଭ ଜଳାଶୟ ପ୍ରକଳ୍ପ, ୧୬୪ କୋଟି ଟଙ୍କା ବ୍ୟୟରେ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ତଥା ମେଡିକାଲ କଲେଜ୍ ଠାର ୧୦୦ ଶଯ୍ୟା ବିଶିଷ୍ଟ ସୁପର ସ୍ପେସିଆଲିଟି ହସ୍ପିଟାଲ   ନିର୍ମାଣ, ୪୭ କୋଟି ଟଙ୍କା ବ୍ୟୟରେ ବାସୁଦେବପୁରର ଚୂଡାମଣୀ ଠାରେ ବନ୍ଦର ନିର୍ମାଣ, ୪୧ କୋଟି ଟଙ୍କା ବ୍ୟୟରେ ପୁରୁଣା ବଜାର ଠାରୁ ଗୁଜିଡହରା ଭାୟା ମାଆ ଭଦ୍ରକାଳୀ ମନ୍ଦିର ରାସ୍ତା ନିର୍ମାଣ ଏବଂ ୨୭ କୋଟି ଟଙ୍କା ବ୍ୟୟରେ ଧାମରା ଜେଟି ଉନ୍ନତିକରଣ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି ସବୁ ପ୍ରକଳ୍ପ ମଧ୍ୟ ଯଥା ଶୀଘ୍ର ଶେଷ କରିବା ପାଇଁ ବିଭାଗୀୟ ପଦାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ।

ଏହା ପରେ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ୨ ଗୁରୁତ୍ୱପୂର୍ଣ୍ଣ ସେତୁ ଏବଂ ଗୋଟିଏ ରେଳ ଓଭରବ୍ରିଜ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ। ତାହା ହେଉଛି ଚାନ୍ଦବାଲିର ଧାନକଣିଆ ଠାରେ ୮୦ କୋଟି ଟଙ୍କା ବ୍ୟୟରେ ସାଳନ୍ଦି ନଦୀ ସେତୁ, ଭଣ୍ଡାରିପୋଖରୀ ସ୍ଥିତ କେନ୍ଦୁଆପଦା ଠାରେ ରେଳ ଓଭରବ୍ରିଜ ନିର୍ମାଣ ଏବଂ ଚାନ୍ଦବାଲି ପଞ୍ଚୁଟିକିରି ଠାରେ ମନ୍ତେଇ ନଦୀ ଉପରେ ୫୨ କୋଟି ଟଙ୍କା ବ୍ୟୟରେ ନିର୍ମାଣଧିନ ସେତୁ। ଏହି ସବୁ ପ୍ରକଳ୍ପ କାର୍ଯ୍ୟ ଯଥା ଶୀଘ୍ର ଶେଷ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଗତ ଜୁନ୍‌ ୧୨ ତାରିଖରେ ୫ଟି ଅଧ୍ୟକ୍ଷଙ୍କ ଭଦ୍ରକ ଗସ୍ତ ସମୟରେ ସ୍ଥାନୀୟ ବାସିନ୍ଦା ଏହି ୩ ପ୍ରକଳ୍ପ ପାଇଁ ଦାବି ରଖିଥିଲେ। ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପକୁ ମଞ୍ଜୁର ଦେବା ପରେ ଜନଶୁଣାଣି ଭିତ୍ତିରେ ଏହି ତିନୋଟି ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଛି।

ଉପରୋକ୍ତ ପ୍ରକଳ୍ପ ମଧ୍ୟରୁ ଅନେକ ପ୍ରକଳ୍ପ ୫ଟି ଅଧ୍ୟକ୍ଷଙ୍କ ଭଦ୍ରକ ଗସ୍ତ ସମୟରେ ଜନଶୁଣାଣିରେ ମିଳିଥିବା ପ୍ରସ୍ତାବ ସହ ମତାମତ ଭିତ୍ତିରେ ଆସିଥିଲା ଏବଂ ଏସବୁ କାର୍ଯ୍ୟକାରୀ କରାଯାଉଛି। ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ 
ଆରଡ଼ି, ଅସୁରାଳି ଏବଂ ଭଦ୍ରକ ମ୍ୟୁନିସିପାଲିଟି ଅଞ୍ଚଳରେ ସ୍ଥାନୀୟ ଜନସାଧାରଣଙ୍କ ସହ ମିଶି ଆଲୋଚନା କରିଥିଲେ। ଲୋକଙ୍କ ପକ୍ଷରୁ ଆସିଥିବା ଅଭିଯୋଗ ପତ୍ର ଗ୍ରହଣ କରି ତାହାର ତୁରନ୍ତ ସମାଧାନ କରିବା ପାଇଁ ପ୍ରତିଶୃତି ଦେଇଥିଲେ। 

Read More
{}{}