Home >>Odisha Trending

Gold Rate: ପୁଣି ବଢ଼ିଲା ସୁନା ମୂଲ୍ୟ, ଜାଣନ୍ତୁ ରାଜ୍ୟରେ କ’ଣ ରହିଛି ରେଟ୍

Gold Rate: ଦେଶରେ ଏବେ ବିବାହ ଋତୁ ଚାଲିଛି।ଏହାରି ମଧ୍ୟରେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି ସୁନା ଦର। ସୁନା ଦର ଏବେ ଦେଶରେ କ୍ରମାଗତ ଭାବରେ ବୃଦ୍ଧିପାଉଥିବା ଦେଖିବାକୁ ମିଳିଛି। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। 

Advertisement
Gold Rate: ପୁଣି ବଢ଼ିଲା ସୁନା ମୂଲ୍ୟ, ଜାଣନ୍ତୁ ରାଜ୍ୟରେ କ’ଣ ରହିଛି ରେଟ୍
Priyambada Rana|Updated: Dec 15, 2023, 12:37 PM IST
Share

Gold Rate: ଦେଶରେ ଏବେ ବିବାହ ଋତୁ ଚାଲିଛି।ଏହାରି ମଧ୍ୟରେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି ସୁନା ଦର। ସୁନା ଦର ଏବେ ଦେଶରେ କ୍ରମାଗତ ଭାବରେ ବୃଦ୍ଧିପାଉଥିବା ଦେଖିବାକୁ ମିଳିଛି। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୭,୭୫୦ ଟଙ୍କା ରହିଛି ଯାହାକି ଗତ କାଲି ଅପେକ୍ଷା ୧୦୦ ଟଙ୍କା ବୃଦ୍ଧି ପାଇଛି। ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୬୩,୦୦୦ ଯାହା କି ଗତ କାଲି ଥିଲା ୬୨,୮୯୦।

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୫୭,୭୫୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୦୦୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୨୫୦ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୫୭,୭୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୦୦୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୭,୨୫୦ ଟଙ୍କା ରହିଥିବା ଦେଖିବାକୁ ମିଳିଛି।

ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୫୮,୩୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୬୦୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭, ୭୬୦ ଟଙ୍କା ରହିଛି । ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୫୭,୯୦୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୧୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୩୭୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୫୭,୭୫୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୩,୦୦୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୭,୨୫୦ ଟଙ୍କା ରହିଛି ।

Also Read: Gold Rate: ପୁଣି ଦେଶରେ ବଢ଼ିଲା ସୁନା ଦର, ଜାଣନ୍ତୁ କେତେ ରହିଛି ଆଜିର ଦାମ୍..

Read More
{}{}