Home >>Odisha Trending

Ration Card: ନଭେମ୍ବରରେ ମିଳିବ ରାସନ କାର୍ଡ

ଭୁବନେଶ୍ୱର: ଆସନ୍ତା ନଭେମ୍ବର ମାସରେ ରାଜ୍ୟରେ ନୂଆ ରାସନ କାର୍ଡ ବଣ୍ଟନ କରାଯିବ। ଯେଉଁମାନେ ଆବେଦନ କରିଛନ୍ତି ସେଥିରୁ ଯୋଗ୍ୟ ହିତାଧିକାରୀଙ୍କୁ ଚୟନ କରି ରାସନ କାର୍ଡ ଦିଆଯିବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ଯୋଗାଣ ମନ୍ତ୍ରୀ ଶ୍ରୀ ପାତ୍ର ସୂଚନା ଦେଇ କହିଛନ୍ତି ଯେ ଏବେ ଇ-କେୱାଇସି ଯାଞ୍ଚ

Advertisement
Ration Card: ନଭେମ୍ବରରେ ମିଳିବ ରାସନ କାର୍ଡ
Prabhudatta Moharana|Updated: Oct 31, 2024, 07:45 AM IST
Share

Ration Card: ଭୁବନେଶ୍ୱର: ଆସନ୍ତା ନଭେମ୍ବର ମାସରେ ରାଜ୍ୟରେ ନୂଆ ରାସନ କାର୍ଡ ବଣ୍ଟନ କରାଯିବ। ଯେଉଁମାନେ ଆବେଦନ କରିଛନ୍ତି ସେଥିରୁ ଯୋଗ୍ୟ ହିତାଧିକାରୀଙ୍କୁ ଚୟନ କରି ରାସନ କାର୍ଡ ଦିଆଯିବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ଯୋଗାଣ ମନ୍ତ୍ରୀ ଶ୍ରୀ ପାତ୍ର ସୂଚନା ଦେଇ କହିଛନ୍ତି ଯେ ଏବେ ଇ-କେୱାଇସି ଯାଞ୍ଚ ପ୍ରକ୍ରିୟା ଜାରି ରହିଛି। ଏହା ଶେଷ ହେବା ପରେ କେତେ ଭୂତ ହିତାଧିକାରୀଙ୍କ ନାଁ କଟିବ। ପ୍ରକୃତ ହିତାଧିକାରୀଙ୍କ ସଂଖ୍ୟା କେତେ ତାହା ଜଣାପଡିବ ବୋଲି ସେ ସୂଚନା ପ୍ରଦାନ କରିଛନ୍ତି। 

ସେହିପରି ସେ ଆହୁରି ମଧ୍ୟ କହିଛନ୍ତି କି ବର୍ତ୍ତମାନ ସୁଦ୍ଧା ପ୍ରାୟ ୧୦ ଲକ୍ଷ ଲୋକ ନୂଆ ରାସନ କାର୍ଡ ପାଇଁ ଆବେଦନ କରିଛନ୍ତି। ସମସ୍ତ ଆବେଦନର ଯାଞ୍ଚ ଚାଲିଛି। ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅନୁଯାୟୀ ଯେଉଁମାନେ ଯୋଗ୍ୟ ବିବେଚିତ ହେବେ ସେମାନଙ୍କୁ ଆସନ୍ତା ନଭେମ୍ବର ମାସ ଶେଷ ସୁଦ୍ଧା ରାସନ କାର୍ଡ ବଣ୍ଟନ କରାଯିବ ବୋଲି ମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି।

ଏଠାରେ କହି ରଖୁ କି ଗତ ବିଧାନସଭା ଅଧିବେଶନରେ ଯୋଗାଣ ମନ୍ତ୍ରୀ କହିଥିଲେ କି ରାଜ୍ୟରେ ପ୍ରାୟ ୨୫ ଲକ୍ଷ ଭୂତ ହିତାଧିକାରୀ ଅଛନ୍ତି। ଇ-କେୱାସି ଯାଞ୍ଚ ଶେଷ ହେବା ପରେ ବାସ୍ତବରେ କେତେ ଭୂତ ହିତାଧିକାରୀ ଅଛନ୍ତି ତାହା ଜଣାପଡ଼ିବ।  

Read More
{}{}