Hindi News >>Home >>Odisha Trending

Law Officer: ଲ' ଅଫିସରଙ୍କ ଫିରେ ୫୦ ପ୍ରତିଶତ ବୃଦ୍ଧି କଲେ ରାଜ୍ୟ ସରକାର

Law Officer: ରିଟେନର ଫି ବାବଦରେ ପୂର୍ବରୁ ୪,୦୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୬,୦୦୦ ଟଙ୍କା ପାଇବେ। ୮୫ ଜଣ ସ୍ପେଶିଆଲ ପବ୍ଲିକ ପ୍ରସିକ୍ୟୁଟର ମାନେ ପୂର୍ବରୁ ଦୈନିକ ଫି ବାବଦରେ ୧,୨୫୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧,୮୭୫ ଟଙ୍କା ପାଇବେ।   

Advertisement
Law Officer: ଲ' ଅଫିସରଙ୍କ ଫିରେ ୫୦ ପ୍ରତିଶତ ବୃଦ୍ଧି କଲେ ରାଜ୍ୟ ସରକାର
Rasmita Sahoo|Updated: Mar 01, 2024, 11:54 AM IST
Share

Law Officer: ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମୋକଦ୍ଦମା ପରିଚାଳନା କରୁଥିବା Non-Cadre Law Officer ମାନଙ୍କର ଦୈନିକ ଓ ରିଟେନର ଫି ରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ଦ୍ୱାରା ବିଭିନ୍ନ ଅଦାଲତରେ କାର୍ଯ୍ୟରତ ୧୨୧୫ ଜଣ ଲ' ଅଫିସର ଉପକୃତ ହେବେ। 

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଲ' ଅଫିସର(State Law Officer) ମାନଙ୍କ ଦୈନିକ ଓ ରିଟେନର ଫି କୁ ବୃଦ୍ଧି କରିଛନ୍ତି। ଏହି ବର୍ଦ୍ଧିତ ଫି ଅନୁଯାୟୀ କାର୍ଯ୍ୟରତ ୧୮୪ ଜଣ ଆଡିସିନାଲ ପବ୍ଲିକ ପ୍ରସିକ୍ୟୁଟର ମାନେ ଦୈନିକ ଫି ବାବଦରେ ୧,୨୫୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧,୮୭୫ ଟଙ୍କା ପାଇବେ। ସେହିଭଳି ରିଟେନର ଫି ପୂର୍ବରୁ ୮,୨୦୦ ଟଙ୍କା ପାଉଥିବାବେଳେ, ବର୍ତ୍ତମାନ ୧୨,୩୦୦ ଟଙ୍କା ପାଇବେ। ସେହିଭଳି କାର୍ଯ୍ୟରତ ୭୪୦ ଜଣ ଆସିଷ୍ଟାଣ୍ଟ ପବ୍ଲିକ ପ୍ରସିକ୍ୟୁଟର ମାନେ ପୂର୍ବରୁ ଦୈନିକ ଫି ବାବଦରେ ୧,୧୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧,୬୫୦ ପାଇବେ। 

ରିଟେନର ଫି ବାବଦରେ ପୂର୍ବରୁ ୪,୦୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୬,୦୦୦ ଟଙ୍କା ପାଇବେ। ୮୫ ଜଣ ସ୍ପେଶିଆଲ ପବ୍ଲିକ ପ୍ରସିକ୍ୟୁଟର ମାନେ ପୂର୍ବରୁ ଦୈନିକ ଫି ବାବଦରେ ୧,୨୫୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧,୮୭୫ ଟଙ୍କା ପାଇବେ। Retainer Fees ବାବଦରେ ପୂର୍ବରୁ ୮,୨୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧୨,୩୦୦ ଟଙ୍କା ପାଇବେ। ସେହିଭଳି କାର୍ଯ୍ୟରତ ୨୯ଜଣ ଗଭର୍ଣ୍ଣମେଣ୍ଟ ପ୍ଲିଡର ଏବଂ ୧୧୩ ଜଣ ଆସିଷ୍ଟାଣ୍ଟ ଗଭର୍ଣ୍ଣମେଣ୍ଟ ପ୍ଲିଡର ପୂର୍ବରୁ ରିଟେନର ଫି(Retainer Fees) ବାବଦରେ ୮,୨୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧୨,୩୦୦ ପାଇବେ।

Also Read: 

Teacher Salary: ବଢିଲା ଗଣଶିକ୍ଷକଙ୍କ ଦରମା

Read More
{}{}