Home >>Odisha Trending

Odisha News: ଚଳିତ ବର୍ଷ ୧ କୋଟି ଟନ ଚାଉଳ ସଂଗ୍ରହ ଲକ୍ଷ୍ୟ, ୩୧୦୦ ଟଙ୍କାରେ ସରକାର କିଣିବେ ଧାନ

ଭୁବନେଶ୍ୱର: ରାଜ୍ୟରେ ଚଳିତ ବର୍ଷ ୧ କୋଟି ମେଟ୍ରିକ ଟନ ଚାଉଳ ସଂଗ୍ରହ କରିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ଚାଷୀମାନଙ୍କ ଠାରୁ ଏହି ଚାଉଳ କ୍ୱିଣ୍ଟାଲ ପିଛା ୩୧୦୦ ଟଙ୍କାରେ ଧାନ କିଣିବେ ସରକାର। ରାଜ୍ୟର ଚାଷୀମାନେ ଯେଭଳ ଭାବେ ଧାନ ବିକ୍ରି ସହ ସଠିକ ସମୟରେ ପ୍ରାପ୍ୟ ପାଇପାରିବେ ତାହା ଉପରେ ଗୁରୁତ୍ତ୍ୱ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ

Advertisement
Odisha News: ଚଳିତ ବର୍ଷ ୧ କୋଟି ଟନ ଚାଉଳ ସଂଗ୍ରହ ଲକ୍ଷ୍ୟ, ୩୧୦୦ ଟଙ୍କାରେ ସରକାର କିଣିବେ ଧାନ
Prabhudatta Moharana|Updated: Sep 19, 2024, 09:06 AM IST
Share

Odisha News: ଭୁବନେଶ୍ୱର: ରାଜ୍ୟରେ ଚଳିତ ବର୍ଷ ୧ କୋଟି ମେଟ୍ରିକ ଟନ ଚାଉଳ ସଂଗ୍ରହ କରିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ଚାଷୀମାନଙ୍କ ଠାରୁ ଏହି ଚାଉଳ କ୍ୱିଣ୍ଟାଲ ପିଛା ୩୧୦୦ ଟଙ୍କାରେ ଧାନ କିଣିବେ ସରକାର। ରାଜ୍ୟର ଚାଷୀମାନେ ଯେଭଳ ଭାବେ ଧାନ ବିକ୍ରି ସହ ସଠିକ ସମୟରେ ପ୍ରାପ୍ୟ ପାଇପାରିବେ ତାହା ଉପରେ ଗୁରୁତ୍ତ୍ୱ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହାଛଡ଼ା ରାଜ୍ୟର ଚାଷୀମାନେ ଯେପରି କୃଷକ ସମୃଦ୍ଧି ଯୋଜନାରେ ଅଧିକରୁ ଅଧିକ ଲାଭ ପାଇପାରିବେ ତାହା ଉପରେ ଫୋକସ କରିବା ଉପରେ ଜୋର ଦେଇଛନ୍ତି ମୁଖ୍ୟମନ୍ତ୍ରୀ। 

 

ମୁଖ୍ୟମନ୍ତ୍ରୀ ବୁଧବାର ଖରିଫ ଧାନ ସଂଗ୍ରହ ଓ ସର୍ବନିମ୍ନ ସହାୟକ ମୂଲ୍ୟ ୩୧୦୦ ଟଙ୍କା ଲାଗୁ ନେଇ ବିଭାଗୀୟ ଅଧିକାରୀମାନଙ୍କ ସହ ସମୀକ୍ଷା କରିଛନ୍ତି। ଚାଷୀମାନଙ୍କ ହିତକୁ ଦୃଷ୍ଟିରେ ରଖି ଧାନର ବର୍ଦ୍ଧିତ ସର୍ବନିମ୍ନ ସହାୟକ ମୂଲ୍ୟ ନିଶ୍ଚିତ ଲାଗୁ କରାଯିବ। ମଣ୍ଡିରେ ଧାନ ସଂଗ୍ରହ ପ୍ରକ୍ରିୟାର ସରଳୀକରଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଚଳିତ ବର୍ଷ ଏକ କୋଟି ମେଟ୍ରିକ ଟନ ଧାନ ସଂଗ୍ରହ ପ୍ରକ୍ରିୟାର ସରଳୀକରଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଚଳିତ ବର୍ଷ ଏକ କୋଟି ଧାନ ସଂଗ୍ରହ କରିବାକୁ ଲକ୍ଷ୍ୟ ରଖାଯାଇଛି। 

ସେପଟେ ସଂଗୃହିତ ଧାନକୁ ସୁରକ୍ଷିତ ରଖିବା ପାଇଁ ପର୍ଯ୍ୟାପ୍ତ ଗୋଦାମ ଘର ନିର୍ମାଣ କରିବା ସହିତ ଚାଷୀଙ୍କ ସର୍ବାଧିକ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥାକୁ ସୁନିୟନ୍ତ୍ରିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ହୋଇଥିବା ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ ନିର୍ଦ୍ଦେଶ ଦେଇ କହିଛନ୍ତି ଯେ ଧାନ ମଣ୍ଡିକୁ ଯିବାର ୨୪ ରୁ ୪୮ ଘଣ୍ଟା ମଧ୍ୟରେ ଏହାର ମୂଲ୍ୟ ଚାଷୀଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ଯିବ। ଏହି ପ୍ରକ୍ରିୟାରେ ଅଧିକ ସ୍ୱଚ୍ଛତା ଅବଲମ୍ବନ କରିବାକୁ ମଣ୍ଡିରେ ଧାନ ସଂଗ୍ରହରେ ବାୟୋମେଟ୍ରିକ ପଦ୍ଧତି ଓ ଆଧାର ସଂଯୋଗୀକରଣ ବ୍ୟବସ୍ଥା ହୋଇଛି। ଇ-ବାହାନ ଆପରେ ଧାନ ସଂଗ୍ରହ କରୁଥିବା ଗାଡିର ଜିପିଆରଏସ ସହାୟତାରେ ଟ୍ରାକିଂ କରାଯିବ। ଏହା ଦ୍ୱାରା ମଧ୍ୟସ୍ଥି ଓ ଦଲାଲଙ୍କ ଦୌରାତ୍ମ୍ୟ କମିବ। ଧାନ ସଂଗ୍ରହ ସମୟରେ ଧାନର ଗୁଣବତ୍ତା ଯାଞ୍ଚ କରିବା ପାଇଁ ଅଟୋମେଟିକ ଗ୍ରେନ ଆନାଲାଇଜରର ବ୍ୟବସ୍ଥା ରହିବ। ଏପରିକି କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ୟ ଯୋଗାଣ, ପଞ୍ଚାୟତିରାଜ, ରାଜସ୍ୱ ଆଦି ବିଭାଗର ଅଧିକାରୀମାନେ ଜିଲ୍ଲାକୁ ଯାଇ କ୍ଷେତ୍ରସ୍ତରରେ ପ୍ରତ୍ୟକ୍ଷ ଯାଞ୍ଚ କରିବେ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। 

ଅନୁଷ୍ଠିତ ସମୀକ୍ଷା ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଓ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ୱତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ କୁମାର ସିଂହ ପ୍ରମୁଖ ଉପସ୍ଥିତ ରହିଥିଲେ। 

Read More
{}{}