Videos

Cyclone Update: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା, ୨ଦିନ ଧରି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ରାଜ୍ୟରେ ଜାରି ରହିଛି ବର୍ଷା । ଗଭୀର ଅବପାତ ପ୍ରଭାବରେ ଆଜି ରାଜ୍ୟରେ ପ୍ରବଳ ବର୍ଷା ହୋଇଛି। ଲଗାଣ ବର୍ଷାରେ ମାଲକାନଗିରିରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କୋରାପୁଟ୍ ଓ ରାୟଗଡାରେ ବି ସ୍ଥିତି ବେହାଲ ହୋଇଛି। ପାଣିପାଗ ବିଭାଗର ତାଜା ସୂଚନା ଅନୁସାରେ, ଆଜି ବି ବର୍ଷା ଲାଗି ରହିବ। ତେବେ, ପଶ୍ଚିମ ଓଡି଼ଶାରେ ପ୍ରବଳ ବର୍ଷା ହେବ। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ସୋମବାର ଦିନ ପୁରୀ ପାଖରେ ଓଡି଼ଶା ଉପକୂଳ ଅତିକ୍ରମ କରିଛି। ଏହା ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହେବାସହ ଆଭ୍ୟନ୍ତରୀଣ ଓଡ଼ିଶା ଆଡକୁ ଯାଉଛି। ଏହା ଦୁର୍ବଳ ହୋଇ ଅବପାତକୁ ଖସିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏବଂ ଆସନ୍ତା ୨୪ ଘଣ୍ଟାରେ ଏହା ଉତ୍ତର ଛତିଶଗଡ ଆଡ଼କୁ ଗତି କରିବ। ମଙ୍ଗଳବାର ସୁଧା ଏହା ଆହୁରି ଦୁର୍ବଳ ହୋଇ ସୁଦୃଶ୍ୟ ଲଘୁଚାପକୁ ଖସିଯିବ ବୋଲି ଆକଳନ କରାଯାଇଛି।

Video Thumbnail
Share
Advertisement
Read More