ଏବେଠୁ କଲବଲ କଲାଣି ତାତି। ମଙ୍ଗଳବାରଠୁ ରାଜ୍ୟରେ ଉପରମୁହାଁ ହେବ ପାରଦ । ଉପାନ୍ତରୁ ଉପକୂଳ ସବୁଠି ହେବ ଅସମ୍ଭାଳ ତାତି । ସ୍ବାଭାବିକ ଠାରୁ ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବଢିବ ତାପମାତ୍ରା । କାଲିଠୁ ରାଜ୍ୟରେ ବଦଳିବ ପାଗ । ଶୁଖିଲା ପାଗ ସହ ମେଘମୁକ୍ତ ଆକାଶ ପାଇଁ ବଢିବ ତାତି। ଉପକୂଳ ଓଡ଼ିଶା ଅପେକ୍ଷା ଆଭ୍ୟନ୍ତରୀଣ ଓଡ଼ିଶା ହେବ ଅସମ୍ଭାଳ । ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଛୁଇଁବା ଆଶଙ୍କା କରାଯାଉଛି ।ଉପକୂଳ ଓଡ଼ିଶାରେ ତାତି ସହ ଗୁଳୁଗୁଳି କରିବ ଅସ୍ତବ୍ୟସ୍ତ । ରାଜଧାନୀ ଭୁବନେଶ୍ବର ସମେତ କଟକ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ମାଲକାନଗିରି, ନବରଙ୍ଗପୁର, ନୟାଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ବରଗଡ଼, ଅନୁଗୁଳ ଏବଂ ଢେଙ୍କାନାଳରେ ଗ୍ରୀଷ୍ମପ୍ରବାହ ହେବା ନେଇ ଆକଳନ କରିଛନ୍ତି ପାଣିପାଗ ବିଭାଗ।
More Videos
More Videos
More Videos
More Videos
More Videos