ପାଣିପାଗ ବିଭାଗର ସୂଚନାନୁଯାୟୀ, ୨୪ ରାତି କିମ୍ବା ୨୫ ସକାଳ ଲ୍ୟାଣ୍ଡଫଲ କରିବ ଭୀଷଣ ବାତ୍ୟା ଦାନା । ଲ୍ୟାଣ୍ଡଫଲ କରିବା ସମୟରେ ଘଣ୍ଟାପ୍ରତି ବହିବ ୧୦୦ ରୁ ୧୧୦ କିମି ବେଗରେ ପବନ ବହିବ । ଭୀଷଣ ବାତ୍ୟା ଭାବରେ କରିବ ଲ୍ୟାଣ୍ଡଫଲ । ଏହାରି ମଧ୍ୟରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବାତ୍ୟା ନେଇ ସତର୍କ ସୂଚନା ଜାରି କରାଯାଇଛି । କେଉଁ ଜିଲ୍ଲାରେ କେତେ ବେଗରେ ପବନ ହେବ ସେ ନେଇ ସୂଚନା ଜାରି କରାଯାଇଛି। ସୂଚନା ଅନୁଯାୟୀ, ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାଗୁଡିକରେ ୬୦ ରୁ ୯୦ କିଲୋମିଟର ବେଗରେ, ସର୍ବାଧିକ ୧୦୦ କିଲୋମିଟର ବେଗରେ ପବନର ବେଗ ଅନୁଭବ କରିବାର ସମ୍ଭାବନା ରହିଛି।
More Videos
More Videos
More Videos
More Videos
More Videos