Videos

Weather Report: ୨ଟି ଜିଲ୍ଲାରେ ହେବ ପ୍ରବଳ ବର୍ଷା, ଆସନ୍ତାକାଲି ପାଇଁ ମଧ୍ୟ ରେଡ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

Weather Report: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା । 24 ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁରରେ, ଦେବଗଡ଼, ସୋନପୁର, ଅନୁଗୁଳରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ଉପକୂଳରେ ମଧ୍ୟମ ଧରଣର ବର୍ଷା ଆକଳନ କରାଯାଇଛି । ଦୁଇଦିନ ପାଇଁ ମତ୍ସଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ସେପଟେ ଆସନ୍ତାକାଲି ପାଇଁ ମଧ୍ୟ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ ଏବଂ କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଗୋଟିଏ କିମ୍ବା ୨ଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ଏବଂ ଘଡ଼ଘଡ଼ି ଓ ବିଜୁଳି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

Video Thumbnail
Share
Advertisement

More Videos

More Videos

More Videos

More Videos

More Videos

Read More