Videos

Weather Report: ଆସୁଛି ୨ଟି ଲଘୁଚାପ! ଜୁଲାଇ ୪ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ପ୍ରବଳ ବର୍ଷା

Weather Report: ଆସୁଛି ୨ଟି ଲଘୁଚାପ! ଜୁଲାଇ ୪ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ପ୍ରବଳ ବର୍ଷା । ରାଜ୍ୟରେ କିଛି ଦିନ ହେଲା ବର୍ଷା ଜାରି ରହିଛି। ଏହା ଆଗାମୀ ସପ୍ତାହ ପର୍ଯ୍ୟନ୍ତ ଲାଗି ରହିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏଭଳି ଆକଳନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଜୁଲାଇ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି, ଆସନ୍ତାକାଲି ଉତ୍ତର-ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳସ୍ଥ ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଘନୀଭୂତ ହୋଇ ୩୦ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ।

Video Thumbnail
Share
Advertisement
Read More