Videos

Weather Report: ଆସନ୍ତାକାଲି ପାଇଁ ୪ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି, ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା

Weather Report: ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୭ ତାରିଖ ପାଇଁ କିଛି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ସମ୍ବଲପୁର । ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଗୋଟିଏ କିମ୍ବା ୨ଟି ସ୍ଥାନରେ ଘଡ଼ଘଡ଼ି ସହ ଅତ୍ୟନ୍ତ ପ୍ରବଳ ବର୍ଷା ଏବଂ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ବର, ଭଦ୍ରକ, କନ୍ଧମାଳ ଓ କଳାହାଣ୍ଡି ଭଳି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ବଜ୍ରପାତ ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

Video Thumbnail
Share
Advertisement

More Videos

More Videos

More Videos

More Videos

More Videos

Read More