Odisha Weather Report: ଥମୁନି ବର୍ଷା, ହନ୍ତସନ୍ତ ରାଜ୍ୟବାସୀ । ପଶ୍ଚିମବଙ୍ଗ ଗାଙ୍ଗେୟ ଉପତ୍ୟାକା ଓ ଏହାର ପାର୍ଶ୍ବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ । ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ଅତିପ୍ରବଳ ବର୍ଷା ନେଇ ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ସମୟରେ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ଏହା ସହ ବିଜୁଳି, ଘଡଘଡି ସହ ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
More Videos
More Videos
More Videos
More Videos
More Videos