ଛତିଶା ନିଯୋଗ ବୈଠକରେ ଗୁରୁତ୍ବପୁର୍ଣ ନିଷ୍ପତ୍ତି ।ଆସନ୍ତା ଜୁନ୍ ୧୭ ତାରିଖ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟକୁ ଅନୁମୋଦନ କରିଛି ଛତିଶା ନିଯୋଗ। ଶୃଙ୍ଖଳିତ ନୀତି କାନ୍ତି ସହ ମହାପ୍ରଭୁଙ୍କ ସ୍ନାନ ଯାତ୍ରା କିପରି ସୁରୁଖୁରୁରେ ସମ୍ପନ୍ନ ହେବ ସେନେଇ ଛତିଶା ନିଯୋଗ ସେବାୟତ ସଦସ୍ୟଙ୍କ ସହଯୋଗ ଲୋଡିଛି ଶ୍ରୀମନ୍ଦିର ପ୍ରଶାସନ। ଆସନ୍ତା ୨୨ ତାରିଖରେ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ବିଶେଷ ନୀତି କାନ୍ତି ଥିବାରୁ ଏହାକୁ କିଭଳି ଶୃଙ୍ଖଳିତ ଭାବେ ପରିଚାଳିତ କରାଯିବ ସେନେଇ ବିଶେଷ ଗୁରୁତ୍ୱ ଦିଆଯାଇଛି। ତେବେ ସ୍ନାନ ପୂର୍ଣ୍ଣିମା ଦିନ ପହଣ୍ଡି ସମୟ ଭୋର ୪ଟା ରୁ ୬ଟା ରହିଛି।
More Videos
More Videos
More Videos
More Videos
More Videos